October 23, 2025
Home » ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

0
WhatsApp Image 2025-04-28 at 5.28.20 PM

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୦ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ଉଲୁଣ୍ଡା ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି ଙ୍କ ସମେତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ, ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *