ଉଲୁଣ୍ଡା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଏସ.ପତ୍ରlପାଲି ଗ୍ରାମ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରତାପ କୁମାର ରଣା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୦ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୭ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚିନ୍ମୟ କୁମାର ମହାନନ୍ଦ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ, ଭାରପ୍ରାପ୍ତ ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କାଳିଆ ମଲ୍ଲିକ, ଉପ – ଜିଲ୍ଲାପାଳ, ଵୀରମହାରାଜପୁର,ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ଅତିରିକ୍ତ ତହସିଲଦାର, ଉଲୁଣ୍ଡା, ନିରଞ୍ଜନ କୁମାର ଧଳ, ସରପଞ୍ଚ, ଏସ.ପତ୍ରାପାଳି ଗ୍ରାମ ପଞ୍ଚାୟତ ଶ୍ରୀ ସନାତନ ମହାଳିକ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏସ.ପତ୍ରାପାଲି, ପ୍ରିୟଙ୍କା ପଣ୍ଡା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
