August 22, 2026
Home » ଏବିଭିପି ବୌଦ୍ଧ ଜିଲ୍ଲା ର ପ୍ରଥମ ପୂର୍ଣ୍ଣ କାଳୀନ କାର୍ଯ୍ୟ କର୍ତ୍ତା ଅବିନାଶ

ଏବିଭିପି ବୌଦ୍ଧ ଜିଲ୍ଲା ର ପ୍ରଥମ ପୂର୍ଣ୍ଣ କାଳୀନ କାର୍ଯ୍ୟ କର୍ତ୍ତା ଅବିନାଶ

0
WhatsApp Image 2025-12-30 at 4.40.30 PM

ସୁବର୍ଣ୍ଣପୁର: ଏବିଭିପି ଓଡ଼ିଶା ପଶ୍ଚିମ ର ରାଜ୍ୟ ଅଧିବେଶନ ରାଉରକେଲା ରେ ଅନୁଷ୍ଠିତ ହୋଇଯାଇଛି lଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଓଡ଼ିଶା ପଶ୍ଚିମ ର ରାଜ୍ୟ ଅଧିବେଶନ ଅନଷ୍ଠିତ ହୋଇଯାଇଛି l ଏହି ଅଧିବେଶନ ୩ ଦିନ ଧରି ରାଉରକେଲା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଆଦବାସୀ ମନ୍ତ୍ରୀ ଯୋଗ ଦେଇଥିବା ବେଳେ ଓଡ଼ିଶା ପଶ୍ଚିମ ର ୧୪ ଟି ଜିଲ୍ଲା ରୁ ପ୍ରାୟ ୪୭୮ ଜଣ ଛାତ୍ର ନେତା ଯୋଗଦାନ କରିଥିଲେ lଏହି ଅଧିବେଶନରେ ଏବିଭିପି ର କାର୍ଯ୍ୟ ଓ ନୀତି ବିଷୟରେ ଆଲୋଚନା ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ନୂତନ ଦାୟିତ୍ଵ ଘୋଷଣା ହେଇଥିଲା l ବୌଦ୍ଧ ଜିଲ୍ଲା ର ଟାଣୁଆ ଛାତ୍ର ନେତା ଶ୍ରୀ ଅବିନାଶ ସାହୁ ଙ୍କୁ ସୋନପୁର ନଗର ସଂଗଠନ ମନ୍ତ୍ରୀ ରୂପେ ଦାୟିତ୍ଵ ଘୋଷଣା ହୋଇଥିଲା l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।