February 23, 2026
Home » ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ

ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ

0
multi hospital

ଭୁବନେଶ୍ୱର, ଜାନୁଆରୀ ୩୦: ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏକ ବିସ୍ତୃତ ଯୋଜନା ହାତକୁ ନିଆଯାଇଛି। ତୃଣମୂଳ ସ୍ତରର ଲୋକଙ୍କୁ ସୁଲଭ ତଥା ଗୁଣବତା ବିଶିଷ୍ଟ ସ୍ୱାସ୍ଥ୍ୟ ସେବା ଦେବାକୁ ପ୍ରତି ଜିଲ୍ଲାରେ ଏହି ସଂସ୍ଥା ପକ୍ଷରୁ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପରିପ୍ରେକ୍ଷୀରେ ସଂସ୍ଥା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ପ୍ରସ୍ତାବ ଗୃହୀତ ହୋଇଛି ବୋଲି ବୁଧବାର ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରାଯାଇଛି।
ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ସ୍ୱାସ୍ଥ୍ୟ ବିଭାଗର କମିସନର କମ୍ ସେକ୍ରେଟାରୀ ଶ୍ରୀମତି ଏସ୍‌. ଅଶ୍ୱତିଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଥିଲା।
ଉଭୟ ପ୍ରାଇମେରୀ ଏବଂ ସେକେଣ୍ଡାରୀ ସ୍ୱାସ୍ଥ୍ୟ ସେବା ସହ ଏହି ହସ୍ପିଟାଲ୍ ଗୁଡ଼ିକରେ ଅତ୍ୟାଧୁନିକ ଡାଇଗ୍ନୋସିସ୍ ଲ୍ୟାବ୍‌, ବୟୋଜ୍ୟେଷ୍ଠଙ୍କ ଲାଗି ସ୍ୱତନ୍ତ୍ର ଯତ୍ନ, ଫାର୍ମାସୀ, ଟ୍ରମା କେୟାର, ଇମର୍ଜେନ୍ସି ଏବଂ ଫିଜିଓଥେରାପି ସୁବିଧା ପ୍ରଦାନ କରାଯିବ। ଏଥି ନିମନ୍ତେ ୧୦୦୦ କୋଟି ଟଙ୍କାର ନିବେଶ ହେବ ଓ ୯୦୦ ଲୋକଙ୍କ ଲାଗି ସିଧାସଳଖ ଓ ୬୦୦୦ ଲୋକଙ୍କ ନିମନ୍ତେ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସମ୍ ହେଲ୍‌ଥକେୟାରର ପ୍ରୋଜେକ୍ଟ ମ୍ୟାନେଜର ଶ୍ରୀ ଅନୁରାଗ ନାୟକ ସୂଚନା ଦେଇଛନ୍ତି।
ଶ୍ରୀ ନାୟକ କହିଛନ୍ତି ଲୋକେ ସ୍ୱାସ୍ଥ୍ୟ ସେବା ଲାଗି ଭୁବନେଶ୍ୱର ଓ କଟକ ଭଳି ବଡ଼ ସହରଗୁଡ଼ିକ ଉପରେ ନିର୍ଭରଶୀଳ ହେଉଛନ୍ତି। ଲୋକଙ୍କ ନିକଟରେ ଉତମ ସ୍ୱାସ୍ଥ୍ୟ ସେବା ଉପଲବ୍ଧ କରାଇବା ଦିଗରେ ଏଭଳି ଉଦ୍ୟମ ଆରମ୍ଭ ହୋଇଛି।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।