July 2, 2025
Home » କଟକଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

କଟକଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

0
WhatsApp Image 2025-05-16 at 11.35.47 AM (1)

କଟକ: ଅପରେସନ ସିନ୍ଦୁରର ସଫଳତା ଓ ଭାରତୀୟ ସେନାବାହିନୀର ଦକ୍ଷତାକୁ ସମ୍ମାନ ଜଣାଇ ଆଜି କଟକଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମହାମହିମ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ପତାକା ଦେଖାଇ ବାଇକ ରାଲିର ଶୁଭ ଉଦଘାଟନ କରିଥିଲେ। ଭାରତୀୟ ସେନାର ଅଦମ୍ୟ ସାହସକୁ ସମ୍ମାନ ଜଣାଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ପରାକ୍ରମ ଶୋଭାଯାତ୍ରାରେ ସମାଜର ସବୁ ବର୍ଗର ନାଗରିକଙ୍କ ସହ ପ୍ରଶାସନିକ ଅଧିକାରୀ,ପୋଲିସ ବାହିନୀ,ଏନସିସି କ୍ୟାଡେ଼ଟ, ଓଡ୍ରାଫ, ଏନଡିଆରଏଫ, ଅଗ୍ନିଶମ କର୍ମଚାରୀ, ଶିକ୍ଷକ, ମହିଳା, ଛାତ୍ରଛାତ୍ରୀ, କ୍ରୀଡ଼ାବିତ ଓ ବୁଦ୍ଧିଜୀବୀ ସାମିଲ ହୋଇଥିଲେ। 

ଜାମ୍ମୁ କାଶ୍ମୀରର ପହେଲଗାଓଁଠାରେ ହୋଇଥିବା ଆତଙ୍କବାଦୀ ଘଟଣା ପ୍ରତିବଦଳରେ ଅପରେସନ ସିନ୍ଦୁରର ସଫଳତା,ଦେଶର ସୀମା ସୁରକ୍ଷା ଦାୟିତ୍ୱରେ ଥିବା ଜାଗ୍ରତ ପ୍ରହରୀଙ୍କୁ ସମ୍ମାନ ଜଣାଇ ସ୍ଥାନୀୟ ନେତାଜୀ ସ୍ମାରକୀଠାରୁ ଆରମ୍ଭ ହୋଇଥିବା ପରାକ୍ରମ ରାଲି ସହର ପରିକ୍ରମା କରି ସ୍ୱରାଜ ଆଶ୍ରମ ଠାରେ ପହଞ୍ଚିଥିଲା।

ଏହି ଅବସରରେ କଟକ ମହାନଗର ନିଗମ ମେୟର ଶ୍ରୀ ସୁବାସ ଚନ୍ଦ୍ର ସିଂହ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ଶ୍ରୀ ବି. ପରମେଶ୍ୱରନ, ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ଡି ସି ପି ଶ୍ରୀ ଖିଲାରୀ ରିଷିକେଶ ଡି., କଟକ ମହାନଗର ନିଗମ କମିଶନର ଶ୍ରୀ ଅନାମ ଚରଣ ପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ବହୁ ସଂଖ୍ୟାରେ ଜନସାଧାରଣ ଉତ୍ସାହିତ ହୋଇ ହାତରେ ତ୍ରିରଙ୍ଗା ଧରି ଏହି ଶୋଭାଯାତ୍ରରେ ସାମିଲ ହୋଇଥିଲେ। ଶୋଭାଯାତ୍ରା ପୂର୍ବରୁ ମାନ୍ୟବର ରାଜ୍ୟପାଳ ନେତାଜୀ ସଂଗ୍ରହାଳୟ ଠାରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସଂଗ୍ରହାଳୟ ବୁଲି ଦେଖିଥିଲେ।

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *