July 4, 2025
Home » କଟକ ଜିଲ୍ଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ

କଟକ ଜିଲ୍ଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ

0
WhatsApp Image 2025-03-30 at 4.34.11 PM (2)

କଟକ ତା 30.03.2025 ରିଖ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅବସରରେ କଟକ ଠାରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି l ଜିଲା ପ୍ରଶାସନ ଦ୍ୱାରା ସଦର ବ୍ଲକ କାର୍ଯ୍ୟାଳୟଠାରେ ଜିଲାସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଥିଲା l ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ସିଧାପ୍ରସାରଣ କରାଯାଇଥିଲା l କାର୍ଯ୍ୟକ୍ରମରେ  ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । 

ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବା ସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ କଟକ ସଦର ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ସୁଭଦ୍ରା ଦାସ, ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ପ୍ରଶାନ୍ତ କୁମାର ନାୟକ, ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତୀକ ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କି ବାତ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା। ଉପସ୍ଥିତ ଅତିଥିବୃନ୍ଦ ଏବଂ ଜନତା ପ୍ରଧାନମନ୍ତ୍ରୀଙ୍କ ମନ ବି ବାତ କାର୍ଯ୍ୟକ୍ରମ ଶୁଣିଥିଲେ। କଟକ ଜିଲ୍ଲାର ମୋଟ 1459 ଜନ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟାଦେଶ ବଣ୍ଟନ ନିମନ୍ତେ ଚି଼ହ୍ନଟ କରାଯାଇଛି।

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *