August 21, 2026
Home » କଟକ ଜିଲ୍ଲାସ୍ତରୀୟ ସି ଏମ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ

କଟକ ଜିଲ୍ଲାସ୍ତରୀୟ ସି ଏମ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ

0
WhatsApp Image 2025-08-28 at 10.32.37 AM

କଟକ: ସି ଏମ କିଷାନ ଯୋଜନାରେ କଟକ ଜିଲ୍ଲାର ୨, ୪୫, ୧୬୭ ଜଣ କ୍ଷୁଦ୍ର ନାମମାତ୍ର ଚାଷୀଙ୍କୁ ୪୯. ୦୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିସହ ୧୧୭୨ ଜଣ ଭୂମିହୀନ ହିତାଧିକାରୀଙ୍କୁ ୨୩. ୪୪ ଲକ୍ଷ୍ୟ ଟଙ୍କା ପ୍ରଦାନ କରାଯାଇଛି। ଆଜି କଟକ ଜଗତପୁରସ୍ଥିତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଥିବା କୃଷକ ତାଲିମ ଓ ଦକ୍ଷତା ବିକାଶ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ସି ଏମ କିଷାନ ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ ଉତ୍ସବରେ କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ ଯୋଗ ଦେଇ ସରକାର କୃଷି ଓ କୃଷକମାନଙ୍କ ଉନ୍ନତି ନିମନ୍ତେ ବହୁବିଧ ପଦକ୍ଷେପ ନେଉଥିବା ବିଷୟ କହିଛନ୍ତି। ଫସଲକୁ ରୋଗ ପୋକ ଦାଉରୁ ରକ୍ଷା କରିବା ନିମନ୍ତେ ଉନ୍ନତ ଜ୍ଞାନକୌଶଳର ଉପଯୋଗ ଉପରେ ସେ ଗୁରୁତ୍ୱ ଦେଇଥିଲେ। ନିଆଳି ବିଧାୟକ ଶ୍ରୀ ଛବି ମଲ୍ଲିକ କାର୍ଯ୍ୟକ୍ରମରେ ଯୋଗ ଦେଇ ନୂଆଖାଇର ଶୁଭେଚ୍ଛା ଜଣାଇବା ସହ କୃଷକମାନଙ୍କ ସହାୟତା ରାଶି ଚାଷକାର୍ଯ୍ୟରେ ସହାୟକ ହୋଇପାରିବ ବୋଲି କହିଥିଲେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରର ସିଧା ପ୍ରସାରଣକୁ କଟକଠାରେ ମାନନୀୟ ବିଧାୟକଙ୍କ ସମେତ ଜିଲ୍ଲାର ବିଭିନ୍ନ ଅଧିକାରୀ ଓ ଚାଷୀ ଭାଇ ଭଉଣୀ ଦେଖିଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ ସହାୟତାର ତୃତୀୟ କିସ୍ତି ରେ ୫୧ ଲକ୍ଷ ୫୪ ହଜାର ୧୧୫ ଜଣ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର ଓ ସହରାଞ୍ଚଳର କୃଷକଙ୍କୁ ଡି. ବି.ଟି ମାଧ୍ୟମରେ ମୋଟ ୧,୦୪,୧୨୯ କୋଟି ଟଙ୍କା ପ୍ରଦାନ କରିଛନ୍ତି ।

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।