August 20, 2026
Home » କଟକ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

କଟକ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

0
WhatsApp Image 2025-08-27 at 9.28.00 PM (1)

କଟକ: ଇଷ୍ଟ କୋଷ୍ଟ ରେଲୱେ, ଭୁବନେଶ୍ୱର ର କିଛି ଅନୈତିକ କାର୍ଯ୍ୟକଳାପ ସଂକ୍ରାନ୍ତରେ ବିଭିନ୍ନ ସମୟରେ ରେଲୱେର ଉଚ୍ଚ ପଦାଧିକାରୀଙ୍କ ନିକଟରେ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥଲେହେ ବିଭାଗୀୟ ଅଧିକାରୀ ଅଭିଯୋଗ ଗୁଡ଼ିକର ତଦନ୍ତ ନକରି ନିରବ ରହିବା ଆଜି କଟକ ରେଲୱେ ଷ୍ଟେସନରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିବା ଭଳି ଘଟଣା ବିଭାଗୀୟ ଅଧିକାରୀ ମାନଙ୍କ ମୁଣ୍ଡ ବିନ୍ଧାର କାରଣ ହୋଇଛି। ପୂର୍ବରୁ ରେଲୱେ ବିଭାଗରେ ଯେକୌଣସି ଅଭିଯୋଗକୁ ଗୁରୁତ୍ବର ସହ ଗ୍ରାହଣ କରି ତାର ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିଲା ବର୍ତ୍ତମାନ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ଅଷୁଣ୍ଣି ବୈଷ୍ଣବ ଦାୟିତ୍ଵ ଗ୍ରହଣ କଲାପରେ ବିଭାଗୀୟ ଅଧିକାରୀ ମାନେ କୈାଣସି ଅଭିଯୋଗକୁ କର୍ଣ୍ଣପାତ ନକରିବା ଦୁର୍ନିତୀ ଗ୍ରସ୍ତ ଅଧିକାରୀଙ୍କ କାରନାମା ଫଳରେ ସାଧାରଣ ଜନସାଧାରଣ ତଥା ଇଷ୍ଟ କୋଷ୍ଟ ରେଲୱେ ବିଭାଗ କ୍ଷତିଗ୍ରସ୍ତ ହେବା ଦେଖିବାକୁ ମିଳିଛି।
କଟକ ରେଲୱେ ଷ୍ଟେସନରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି। ପ୍ଲାଟଫର୍ମ ନମ୍ବର ୧ରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି। ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି। ପ୍ରାୟ ୫୦୦ ମିଟରରରୁ ଅଧିକ ଲମ୍ବ ଛାତ ଭୁଶୁଡ଼ି ପଡ଼ିଛି।

ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ। ରେଳ ଲାଇନ ଉପରେ ଛାତ ପଡ଼ିଥିବାରୁ କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନା ମିଳିଛି। ଭଗ୍ନାଶଂ ତଳେ ଶ୍ରମିକ ରହିଛନ୍ତି କି ନାହିଁ ତାହାର ସନ୍ଧାନ ଚାଲିଛି।
ତେବେ ରେଳବାଇ ପକ୍ଷରୁ କୁହାଯାଇଛି ଯେ, କାମ କରୁଥିବା ଶ୍ରମିକଙ୍କ ଉପସ୍ଥାନ ନିଆଯାଇଛି। ସମସ୍ତ ଶ୍ରମିକ ସୁରକ୍ଷିତ ରହିଛନ୍ତି। ସେହିପରି ସିସିଟିଭି କ୍ୟାମେରାରୁ କେହି ଭୁଶୁଡ଼ି ପଡ଼ିଥିବା ଛାତ ଆଡ଼କୁ କେହି ଯାଇ ନଥିବା ଜଣାପଡ଼ିଛି। ତେବେ ଏନେଇ ଅଧିକ ସନ୍ଧାନ ଜାରି ରହିଛି।

ଏହି ଘଟଣାରେ ଜଣେ ଟେକ୍ନିକାଲ ଷ୍ଟୋପ୍ ଆହତ ହୋଇ ଚିକିତ୍ସା ଲାଗି ଘରୋଇ ହସ୍ପିଟାଲରେ ଭର୍ତି ହୋଇଥିବା ଆସିଷ୍ଟାଣ୍ଟ ଡିଆରଏମ ସୂଚନା ଦେଇଛନ୍ତି।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed