July 4, 2025
Home » କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟ

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟ

0
WhatsApp Image 2025-02-05 at 1.20.33 PM

ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ପ୍ରତିବଦ୍ଧ ଲୋକଙ୍କ ସରକାର। କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ ତୁରନ୍ତ ଉନ୍ନତ ଚିକିତ୍ସା। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

କଟକ SCB ରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡା ଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ।

ଏହି ଟ୍ରମା ସେଣ୍ଟରଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ ରେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।

Leave a Reply

Your email address will not be published. Required fields are marked *