August 21, 2026
Home » କଣ୍ଟାମାଳରେ ୨୦୧୮ ବ୍ୟାଚ୍ ଶିକ୍ଷକଙ୍କ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ

କଣ୍ଟାମାଳରେ ୨୦୧୮ ବ୍ୟାଚ୍ ଶିକ୍ଷକଙ୍କ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ

0
WhatsApp Image 2026-01-19 at 6.02.43 PM

​ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଶଗଡ଼ା ସ୍ଥିତ ଖଣ୍ଡି କନପା ପରିସରରେ ୨୦୧୮ ମସିହାରେ ନିଯୁକ୍ତି ପାଇଥିବା ପ୍ରାଥମିକ ଶିକ୍ଷକ ମାନଙ୍କର ଏକ ଭବ୍ୟ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ବର୍ଷର ବ୍ୟବଧାନ ପରେ ସମସ୍ତ ସହକର୍ମୀ ଏକତ୍ରିତ ହୋଇ ପୁରୁଣା ସ୍ମୃତିକୁ ରୋମନ୍ଥନ କରିବା ସହ ଶିକ୍ଷା ଓ ଶିକ୍ଷକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ​ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୨୫ ରୁ ଉର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଉପସ୍ଥିତ ସଦସ୍ୟମାନେ ପ୍ରଥମେ ସେଠାରେ ଥିବା ଶିବ ମନ୍ଦିର ରେ ପୂଜା ଅର୍ଚ୍ଚନା କରି ଥିଲେ ତାପରେ ଏକ ସଭା ର ଆୟୋଜନ ହୋଇ ଥିଲା l ଶିକ୍ଷକ ନିଜ ନିଜର ଚାକିରି କାଳର ଅନୁଭୂତି ବାଣ୍ଟିବା ସହ ଶିକ୍ଷକମାନଙ୍କ ଦ୍ୱାରା ନୃତ୍ୟ ଗୀତ ର ଆୟୋଜନ କରାଯାଇଥିଲା। ​୨୦୧୮ ମସିହାରୁ ଆଜି ପର୍ଯ୍ୟନ୍ତ ଯାତ୍ରାକୁ ନେଇ ସ୍ମୃତି ଚାରଣ କରାଯାଇଥିଲା। ଶେଷରେ ସମସ୍ତେ ମିଶି ଏକାଠି ଭୋଜନ କରିଥିଲେ । ​ଏହି ଅବସରରେ ଶିକ୍ଷକ ସଂଘର ସଭାପତି ପ୍ରଣବ କୁମାର ବାଘ, ସମ୍ପାଦକ ଶିବନାଥ ପଣ୍ଡା, ସହ ସମ୍ପାଦିକା ଭାଗ୍ୟଶ୍ରୀ ବିଶ୍ୱାଳ, କୋଷାଧ୍ୟକ୍ଷ, ଦେବପ୍ରସାଦ ସାହୁ, ରାଜୀବ ସାହୁ, ଶାନ୍ତନୁ କଁହର, ସୁଷମା ମାଝୀ,ଝିନା ମେହେର, ଦୁଷ୍ମନ୍ତ ସାହୁ ତଥା ସମସ୍ତ କର୍ମକର୍ତ୍ତା ଏହି ଉତ୍ସବ କୁ ସଫଳ କରିବାରେ ସହଯୋଗ କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ ସହ ଆଗାମୀ ଦିନରେ ଏହିଭଳି ଏକତା ବଜାୟ ରଖିବାକୁ ସମସ୍ତେ ଶପଥ ନେଇଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।