September 11, 2026
Home » କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

0
WhatsApp Image 2026-08-17 at 5.23.30 PM

ସୁବର୍ଣ୍ଣପୁର:ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୮୮ ଗୋଟି ବ୍ୟକ୍ତିଗତ ଓ ୦୬ ଟି ଗୋଷ୍ଠିଗତ ଏଭଳି ମୋଟ ୯୪ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।୦୪ ଜଣ ଅସହାୟଙ୍କୁ ୨୫୦୦୦ ଟଙ୍କା ତତ୍କାଳ ସହାୟତା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା l ଏହି ଅବସରରେ କଣ୍ଟାମାଳ ପଞ୍ଚାୟତ ପ୍ରାଙ୍ଗଣରେ ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ୧୮୯ ଜଣ ଦିଵ୍ୟାଙ୍ଗ ରେଜିଷ୍ଟ୍ରେସନ କରିଥିଲେ l ଏମାନଙ୍କ ମଧ୍ୟରୁ ଭିନ୍ନକ୍ଷମ ସାଟିର୍ଫିକେଟ- ୮୬ଜଣ , ଭିନ୍ନକ୍ଷମ ଭତ୍ତା ୦୬ ଜଣ ,ବିଧବା ଭତ୍ତା ୦୫ , ଫ୍ରୀ ବସ ପାସ ୧୨ ଜଣ ଓ ହୁଇଲ ଚେୟାର ୦୩ ଜଣଙ୍କୁ ପ୍ରଦାନ କରାଯାଇଥିଲା।

 


ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ, ସୁଶ୍ରୀ ରଶ୍ମୀ ରେଖା ନାୟକ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵସ୍ଥିସେବା ଶିବିର ଆୟୋଜନ କରାଯାଇଥିଲା l
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *