July 2, 2025
Home » କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2025-03-25 at 9.05.33 AM

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗିଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ନବୀନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ସିଡ଼ିଓ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟଳୟର ଡେପୁଟି କଲେକଟର ,, ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ, ଅତିରକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ମମତା ସାହୁ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ୪୯ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୨ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା , ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ବିଦ୍ୟୁତ ଯୋଗାଣ, ପିଡ଼ିଏସ ଯୋଗାଣ ଆଦି ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମନୀଷା ଦାସ,ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ସସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ ।

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *