March 9, 2026
Home » କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

0
WhatsApp Image 2026-03-09 at 2.59.01 PM

ସୁବର୍ଣ୍ଣପୁର — ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଠାରେ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମାନିନୀ ସାହୁ ଙ୍କ ସଂଯୋଜନା ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଶ୍ରୀମତୀ ମାନିନୀ ସାହୁ, ୱାର୍ଡେନ ଶ୍ରୀମତୀ ପୂର୍ଣ୍ଣମାସୀ ଗନ୍ତାୟତ, ଶିକ୍ଷୟିତ୍ରୀ ବାସନ୍ତୀ ପ୍ରହରାଜ, ଅଭିଭାବିକା ଶ୍ରୀମତୀ ପଦ୍ମିନୀ ରଣା ଯୋଗ ଦେଇ ଆନ୍ତର୍ଜାତୀୟ ମହିଳା ଦିବସ ଉପରେ ଉଦବୋଧନ ଦେଇ ଥିଲେ l ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *