August 21, 2026
Home » କାଶିଆ ମାଇନ୍ସ ପକ୍ଷରୁ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ ସପ୍ତାହ ପାଳିତ

କାଶିଆ ମାଇନ୍ସ ପକ୍ଷରୁ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ ସପ୍ତାହ ପାଳିତ

0
WhatsApp Image 2024-12-08 at 2.41.42 PM

ଯୋଡ଼ା – ୭/୧୨: ଇଣ୍ଡିଆନ ବ୍ୟୁରୋ ଅଫ୍ ମାଇନ୍ସ ନେତୃତ୍ୱରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାରର କାଶିଆ ଆଇରନ ଓ ଡୋଲାମାଇଟ୍ ମାଇନ୍ସ ପକ୍ଷରୁ ୨୬ତମ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ (ଏମଇଏମଏସ) ସପ୍ତାହ-୨୦୨୪-୨୦୨୫ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜେଏସଡବ୍ଲୁ ଷ୍ଟିଲର ଡିଜିଏମ ଶ୍ରୀ ବୋରା ବିଦ୍ୟାସାଗର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଏମସିର ସିନିୟର ମ୍ୟାନେଜର (ଜିଓଲୋଜିଷ୍ଟ) ଶ୍ରୀ ରାଧେଶ୍ୟାମ ସାହୁ ଓ ଶିବା ସିମେଣ୍ଟର ଡେପୁଟି ମ୍ୟାନେଜର(ମାଇନ୍ସ) ଶ୍ରୀ ଚିତ୍ତରଞ୍ଜନ ମହାପାତ୍ର ଯୋଗଦେଇଥିଲେ। କାଶିଆ ମାଇନ୍ସର ୟୁନିଟ ମୁଖ୍ୟ ଶ୍ରୀ ପ୍ରମୋଦ କୁମାର ପାତ୍ର, ଏଚଆର ଆଣ୍ଡ ଇଏସ ମୁଖ୍ୟ ଶ୍ରୀ ଆଶିଷ ରଞ୍ଜନ ମହାନ୍ତି ଓ କାଶିଆ ମାଇନ୍ସ ମ୍ୟାନେଜର ଶ୍ରୀ ରଞ୍ଜିତ ଚୌଧୁରୀ ପ୍ରମୁଖଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ କାଶିଆ ମାଇନ୍ସ ଓ ସିଏସଆର ପକ୍ଷରୁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଏହାକୁ ଅତିଥିମାନେ ବହୁତ ପ୍ରଶଂସା କରିଥିଲେ। ସ୍ଲୋଗାନ ଲିଖନ ଏବଂ ପୋଷ୍ଟର ପ୍ରସ୍ତୁତି ପ୍ରଭୃତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନେ ନୃତ୍ୟ ଓ ସଂଗୀତ ପରିବେଷଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ସହଭାଗୀ ଏବଂ କର୍ମଚାରୀ ସାମିଲ ହୋଇଥିଲେ ।

ଯୋଡ଼ା ରୁ ଡିମ୍ପଲ ସାଣ୍ଡିଲ ଙ୍କ ରିପୋର୍ଟ ଇପିଏ ନିଉଜ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed