October 22, 2025
Home » କୃଷି ଯୋଜନା ଓ ଜାତୀୟ ଡାଲି ଜାତୀୟ ଫସଲ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

କୃଷି ଯୋଜନା ଓ ଜାତୀୟ ଡାଲି ଜାତୀୟ ଫସଲ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

0
1000759453
ନୟାଗଡ଼,୧୩/୧୦: ନୟାଗଡ଼ ପଞ୍ଚାୟତ ସମିତି ସଭା ଗୃହରେ ପିଏମ୍ ଧନଧାନ୍ୟ କୃଷି ଯୋଜନା ଓ ଜାତୀୟ ଡାଲିଜାତୀୟ ଫସଲ ମିଶନର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗ ଦେଇଥିବା ବେଳେ, ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ କୃଷି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସରୋଜ ରଣସିଂହ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶିବନାରାୟଣ ସିଂ, କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଡଃ ଅନିଲ ସ୍ବାଇଁ ମଞ୍ଚାସିନ ବକ୍ତବ୍ୟ ପ୍ରଦାନ କରିଥିଲେ । ଜିଲ୍ଲାର ବିଭିନ୍ନ ବ୍ଳକରୁ ପ୍ରାୟ ୧୫୦ରୁ ଉର୍ଦ୍ଧ୍ବ ଚାଷୀ ଯୋଗ ଦେଇଥିଲେ । ପିଏମ ଧନ୍ୟ ଧାନ୍ୟ ଯୋଜନା ଓ ଡାଲି ଜାତୀୟ ଫସଲ ବିଷୟରେ ଅତିଥିମାନେ ବକ୍ତବ୍ୟ ଦେଇଥିଲେ ।ଶେଷରେ ଦଶପଲ୍ଲା କୃଷି ଜିଲ୍ଲା ଅଧିକାରୀ ଗୌରୀଶଙ୍କର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

 

ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *