August 21, 2026
Home » ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମୀକ୍ଷା ବୈଠକ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମୀକ୍ଷା ବୈଠକ

0
WhatsApp Image 2026-01-20 at 9.53.36 PM

 

ବିଭାଗୀୟ ଖର୍ଚ୍ଚ ଓ ବିନିଯୋଗ ପତ୍ର ଦାଖଲ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର:ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟାଧାରା ଉପରେ ବିସ୍ତୃତ ଆଲୋଚନା ହୋଇଛି । ଜନ ସାଧାରଣ ମାନଙ୍କୁ ଠିକଣା ସମୟରେ ସେବା ଯୋଗାଇ ଦେବା ସହ ପ୍ରତ୍ୟେକ ଅଭିଯୋଗର ତ୍ୱରିତ ସମାଧାନ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।ସେହିଭଳି ବଜେଟରେ ବ୍ୟବସ୍ଥିତ ଅର୍ଥର ଠିକଣା ବିନିଯୋଗ କରିବା ଉପରେ ସେ ଉଲ୍ଲେଖ କରିଥିଲେ । ଏଥିପାଇଁ ବିତ୍ତୀୟ ଶୃଙ୍ଖଳା ଅନୁପାଳନ ସହ ପ୍ରତ୍ୟେକ ଖର୍ଚ୍ଚର ବିବରଣୀ ସଠିକ ଭାବେ ରଖିବାକୁ କହିଥିଲେ । ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ମଧ୍ୟ ଏ ଦିଗରେ ଉଚିତ ପରାମର୍ଶ ଦେବା ପାଇଁ ସେ ସମ୍ପୃକ୍ତ ବିତ୍ତ ପରାମର୍ଶଦାତା ଓ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏତଦବ୍ୟତୀତ ପ୍ରତ୍ୟେକ ଆବଣ୍ଟିଟ ଖର୍ଚ୍ଚର ୟୁଟିଲାଇଜେସନ ସାର୍ଟିଫିକେଟ ତଥା ବିନିଯୋଗ ପତ୍ର ଠିକଣା ସମୟରେ ଦାଖଲ କରିବା ପାଇଁ ସେ କହିଥିଲେ । ଏହାଦ୍ୱାରା ଅନେକାଂଶ ସମୟରେ ସମ୍ପୃକ୍ତ ଖର୍ଚ୍ଚର ସଠିକ ହିସାବ ଉପଲବ୍ଧ ହୋଇପାରିବ । ଆବଶ୍ୟକସ୍ଥଳେ ଜିଲ୍ଲାସ୍ତରୀରେ ଅଧିକାରୀ ମାନଙ୍କ ସହ ସମନ୍ୱୟ ରଖି ଏ ଦିଗରେ କାର୍ଯ୍ୟ କରିବାକୁ ଶ୍ରୀ ସିଂ କହିଥିଲେ ।ଉକ୍ତ ବୈଠକରେ ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।