February 21, 2026
Home » ଗଜପତିରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଗଜପତିରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

0
WhatsApp Image 2026-01-28 at 4.10.11 PM

 

ଗଜପତି ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ଠାରେ ୭୭ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି( ସ୍ୱୟଂଶାସିତ) ମହାବିଦ୍ୟାଳୟର ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ୍ୱ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଏକ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ନିର୍ମଳା ସେଠୀ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ପ୍ରଶାସନ) ଫାଲଗୁନୀ ମାଝି, ଅତିରିକ୍ତ ଜିଲ୍ଲାପାଳ ମୁନୀନ୍ଦ୍ର ହୋନାଗା , ଜିଲ୍ଲା ବନଖଣ୍ଡ ଅଧିକାରୀ ନାଗେଶ୍ୱର ରାଓଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ସାଧାରଣତନ୍ତ୍ର ଦିବସରେ ରିଜର୍ଭ ଇନ୍ସପେକ୍ଟର ନିରଞ୍ଜନ ନାୟକଙ୍କ ନେତୃତ୍ୱରେ ହୋଇଥିବା ପ୍ୟାରେଡରେ ୨୪ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ସହରର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତାକର୍ଷକ ଦେଶାତ୍ମକବୋଧ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା ।କାର୍ଯ୍ୟକ୍ରମ ଶେଷରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ, ଜିଲ୍ଲା ତରଫରୁ କ୍ରୀଡା ଓ ଅନ୍ୟାନ୍ୟ କ୍ଷେତ୍ରରେ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଅଂଶଗ୍ରହମ କରି ସଫଳତା ହାସଲ କରିଥିବା ଏବଂ ଜିଲ୍ଲାରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ ।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅ୍‌ଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ତାଙ୍କ ବିଭାଗୀୟ କର୍ମଚାରୀ ମାନେ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସାଧରଣତନ୍ତ୍ର ଦିବସ ପାଳନ ଅବସରରେ ଅପରାହ୍ନ ସମୟରେ ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକଦେକାଦଶ ମଧ୍ୟରେ ଏକ ବନ୍ଧ୍‌ୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ପ୍ରଶାସନ ଦଳ ବିଜୟ ହାସଲ କରିଥିଲା । ଉଭୟ ବିଜେତା ଓ ଉପବିଜେତା ଦଳକୁ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୃଥ୍ୱୀରାଜ ମଣ୍ଡଳ ପୁରସ୍କୃତ କରିଥିଲେ । ଜିଲ୍ଲା କ୍ରୀଡାଧିକାରୀ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର ତ୍ରିନାଥ ସାହୁ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଗଜପତି ଜିଲ୍ଲା ଇପିଏ ରୁ ଦିଲ୍ଲୀପ କୁମାର ଶତପଥିଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *