November 2, 2026
Home » ଗଞ୍ଜାମ ଜିଲ୍ଲାବାସୀଙ୍କ ପାଇଁ ଜରୁରୀ ସତର୍କ ସୂଚନା

ଗଞ୍ଜାମ ଜିଲ୍ଲାବାସୀଙ୍କ ପାଇଁ ଜରୁରୀ ସତର୍କ ସୂଚନା

0
WhatsApp Image 2026-11-01 at 2.35.48 PM (1)

 

ନଭେମ୍ବର ୨, ୩ ଓ ୪ ତାରିଖରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ପରିସ୍ଥିତି ଉପୁଜିପାରେ।ତେଣୁ ନଦୀକୂଳ, ତଳିଆ ଅଞ୍ଚଳ ଓ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକମାନେ ସତର୍କ ରୁହନ୍ତୁ। ପ୍ରଶାସନର ନିର୍ଦ୍ଦେଶ ମାନି ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସୁରକ୍ଷିତ ସ୍ଥାନକୁ ଚାଲିଯାଆନ୍ତୁ।ଗର୍ଭବତୀ ମହିଳା, ଶିଶୁ, ବୟସ୍କ ଓ ଅସୁସ୍ଥ ବ୍ୟକ୍ତିଙ୍କୁ ଆଗୁଆ ସୁରକ୍ଷିତ ସ୍ଥାନକୁ ନେଇଯାଆନ୍ତୁ।

ମତ୍ସ୍ୟଜୀବୀମାନେ ନଭେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ କୌଣସି ପରିସ୍ଥିତିରେ ସମୁଦ୍ରକୁ ଯାଆନ୍ତୁ ନାହିଁ।ପ୍ରବାହିତ ନଦୀ, ନାଳ କିମ୍ବା ଜଳମଗ୍ନ ରାସ୍ତା ପାର ହୁଅନ୍ତୁ ନାହିଁ। ବିଦ୍ୟୁତ୍ ଖୁଣ୍ଟ, ତାର ଓ ବଡ଼ ଗଛଠାରୁ ଦୂରେଇ ରୁହନ୍ତୁ।ଘରେ ଆବଶ୍ୟକ ପରିମାଣର ଶୁଖିଲା ଖାଦ୍ୟ, ପିଇବା ପାଣି, ଔଷଧ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ମହଜୁଦ ରଖନ୍ତୁ। ପିଇବା ପାଣିକୁ ଫୁଟାଇ ବ୍ୟବହାର କରନ୍ତୁ। ଗୃହପାଳିତ ପଶୁଙ୍କ ସୁରକ୍ଷା ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ।କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। କେବଳ ପ୍ରଶାସନ ଓ ପାଣିପାଗ ବିଭାଗର ସରକାରୀ ସୂଚନାକୁ ଅନୁସରଣ କରନ୍ତୁ।ମନେରଖନ୍ତୁ, ଆପଣଙ୍କ ଜୀବନ ଅମୂଲ୍ୟ। ଟିକିଏ ସତର୍କତା ଆପଣଙ୍କ ଜୀବନ ବଞ୍ଚାଇପାରେ।

ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ।

 

Leave a Reply

Your email address will not be published. Required fields are marked *