August 20, 2026
Home » ଗିର୍ଲିମାଳୀ ‘ ପର୍ବତାରୋହଣ ପ୍ରତିଯୋଗୀତା

ଗିର୍ଲିମାଳୀ ‘ ପର୍ବତାରୋହଣ ପ୍ରତିଯୋଗୀତା

0
WhatsApp Image 2024-12-08 at 2.42.35 PM

କୋରାପୁଟ ଜିଲ୍ଲା ସେମିଲିଗୁଡା ବ୍ଲକ ଅନ୍ତର୍ଗତ ଦୁଧାରୀ ପଂଚାୟତ ଫୁଲବନ୍ଦ ଗ୍ରାମ ନିକଟସ୍ଥ ଗିର୍ଲିମାଳୀ ପାହାଡ଼ରେ ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ ୨୦୨୪ ପାଳନ ଉପଲକ୍ଷେ ପର୍ବତାରୋହଣ ପ୍ରତିଯୋଗୀତା ଆୟୋଜିତ ଅନୁଷ୍ଠିତ ହୋଇଯାଇଛି। ଗିର୍ଲିମାଳୀ ଠାରୁ ଦେଓମାଳି ପର୍ଯ୍ୟନ୍ତ ପର୍ବତାରୋହଣ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା। ଏଥିରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ।ଏହି ପର୍ବତାରୋହଣ କାର୍ଯ୍ୟକ୍ରମ ନିଶ୍ଚିତ ଭାବେ ସାହସିକତା ପର୍ଯ୍ୟଟନ ପାଇଁ ସହଯୋଗ କରିବ ବୋଲି ଜିଲ୍ଲାପାଳ ଆଶାବ୍ୟକ୍ତ କରିଛନ୍ତି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ, କୋରାପୁଟ ଉପ ଜିଲ୍ଲାପାଳ ବେଣୁଧର ଶବର, କୋରାପୁଟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକଙ୍କ ଡି, ସି, ଓ, ପ୍ରୀତିସୁଧା ଜେନା ଡେପୁଟି କୋମାଣ୍ଡାଡେଣ୍ଡ ୨୦୨ ର ୟେତନ୍ଦ୍ର ସିଂ ସହ ଅନ୍ୟାନ୍ୟ ଅଧିକାରୀ ଯୋଗଦେଇଥିଲେ। ଏଥିରେ ଅନେକ ଯୁବକ ,ଯୁବତୀ ଓ ଭେଟରାନ ମାନେ ଅଂଶ ଗ୍ରହଣ କରିଥିଲେ ।ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପରବ ମଞ୍ଚରେ ପୁରସ୍କୃତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲା ପ୍ରଶାସନ ଓ କୋବ୍ରା ବାଟାଲିୟନର ମିଳିତ ସହଯୋଗରେ ପର୍ବତାରୋହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ରିପୋର୍ଟ: କୋରାପୁଟ ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed