August 21, 2026
Home » ଗୁଣ୍ଡିଚାପଡ଼ାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସରେ ପାଳିତ ୭୭ତମ ସାଧାରଣତନ୍ତ୍ର ଦିବସ

ଗୁଣ୍ଡିଚାପଡ଼ାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସରେ ପାଳିତ ୭୭ତମ ସାଧାରଣତନ୍ତ୍ର ଦିବସ

0
WhatsApp Image 2026-01-27 at 10.47.31 AM

 ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଗୁଣ୍ଡିଚାପଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଆନନ୍ଦ, ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ଦେଶର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି ।ଅହମଦିୟା ମୁସଲିମ ଜାମେ ମସଜିଦ ପ୍ରାଙ୍ଗଣରେ ସମୁଦାୟର ସଭାପତି ସୁଲେମାନ ଅଲ୍ଲୀ ଖାଁ ଗରିମାମୟ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

ପତାକା ଉତ୍ତୋଳନ ପରେ ସେ ସଭାରେ ଉପସ୍ଥିତ ସଦସ୍ୟମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ, ଭାରତୀୟ ସମ୍ବିଧାନ ଆମକୁ ଏକତା, ସମାନତା ଓ ଭାଇଚାରାର ଅଧିକାର ଦେଇଛି । ଏହି ସମ୍ବିଧାନ ହେଉଛି ଦେଶର ମୂଳ ଶକ୍ତି, ଯାହା ସମସ୍ତ ନାଗରିକଙ୍କୁ ଧର୍ମ, ଜାତି, ଭାଷା ଓ ଶ୍ରେଣୀଭେଦ ଉପରେ ଉଠି ଏକତାର ସୂତ୍ରରେ ବାନ୍ଧି ରଖିଛି ।

ଏହା ସହିତ ଗୁଣ୍ଡିଚାପଡ଼ାର ଶାରଳା କ୍ଲବ୍ ଠାରେ ମୌଲବୀ ମୁଜାଫର ଖାଁ, ଗୁଣ୍ଡିଚାପଡ଼ା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ମହାନ୍ତି, ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସଚିନ୍ ନାୟକ, ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଶ୍ରୀମତୀ ସୁଜାତା ସାହୁ ଏବଂ ନାର୍ଭେରାମ ୱାର୍କର ୟୁନିଅନ କାର୍ଯ୍ୟାଳୟରେ କାର୍ତ୍ତିକ କୁମାର ସାହୁ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରି ସାଧାରଣତନ୍ତ୍ର ଦିବସର ମହାନ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ।ଦିନଭରି ଗ୍ରାମର କୋଣକୋଣରେ ଛାତ୍ରଛାତ୍ରୀମାନଙ୍କ “ଭାରତ ମାତା କି ଜୟ” ଓ “ବନ୍ଦେ ମାତରମ” ନାରାରେ ସମ୍ପୂର୍ଣ୍ଣ ଅଞ୍ଚଳ ଦେଶପ୍ରେମର ଉତ୍ସାହରେ କମ୍ପି ଉଠିଥିଲା ।ଏହି ସମସ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ସମୁଦାୟ ସଦସ୍ୟ, ବୃଦ୍ଧ, ଯୁବକ ଓ ଶିଶୁମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ଶେଷରେ ଦେଶର ଶାନ୍ତି, ସମୃଦ୍ଧି ଓ ସମସ୍ତ ନାଗରିକଙ୍କ ମଙ୍ଗଳ କାମନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।