July 15, 2026
Home » ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବରେ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବରେ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

0
WhatsApp Image 2026-07-14 at 6.13.30 PM

ସୁବର୍ଣ୍ଣପୁର — ସୋନପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧୋତ୍ସବ ଉପଲକ୍ଷେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ସରୋଜ ପଟେଲ, ଫାର୍ମାସିଷ୍ଟ ହୃଷୀକେଶ ମିଶ୍ର ଓ ଏଏନ୍‌ଏମ୍‌ ଶୁଭଲକ୍ଷ୍ମୀ ବାଘ ପ୍ରମୁଖ ଯୋଗଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ଧୂପ, ଦୀପ ପ୍ରଜ୍ୱଳନ ପୂର୍ବକ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତିଚାରଣ କରିଥିଲେ। ପରେ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ନନ୍ଦ ସଭାପତିତ୍ୱ କରିଥିବାବେଳେ ଶିକ୍ଷକ ଗୋପେଶ ପଣ୍ଡା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଶିକ୍ଷକ ଅକ୍ଷୟ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିବାବେଳ ଶିକ୍ଷୟିତ୍ରୀ ମହେନ୍ଦ୍ରୀ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *