ଗୋଶାଳାଗୁଡ଼ିକୁ ସହାୟତା କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ପୁରୀ ହରିହରାନନ୍ଦ ଗୁରୁକୁଳମ୍ଠାରେ ଆୟୋଜିତ ଗୋ-ନବରାତ୍ର ମହୋତ୍ସବରେ ଯୋଗ ଦେଇଛନ୍ତି। ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ। ରାଜ୍ୟରେ ଗୋଚର ଜମିକୁ ଜବର ଦଖଲ ମୁକ୍ତ କରାଯିବ। ଗୋ-ସୁରକ୍ଷା ପାଇଁ ଆବଶ୍ୟକ ସ୍ଥଳେ କଠୋର ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ହରିହରାନନ୍ଦ ଗୁରୁକୁଳମ୍ରେ ପ୍ରତିଷ୍ଠା ହୋଇଥିବା ଗୋଶାଳାର ଗୋଟିଏ ଗୋମାତାଙ୍କ ସେବା ପାଇଁ ବ୍ୟକ୍ତିଗତ ଭାବେ ଏକ ବର୍ଷର ଗୋଖାଦ୍ୟର ସହଯୋଗ କରିବେ ବୋଲି ଘୋଷଣା କରିଛନ୍ତି। ଏଥିସହ ସମସ୍ତଙ୍କୁ ଗୋଟିଏ ଗୋଟିଏ ଗୋମାତାଙ୍କୁ ଆଡପ୍ଟ କରି ତାଙ୍କ ଖାଦ୍ୟ ନିମନ୍ତେ ଯୋଗଦାନ ଦେଇ ଗୋଶାଳାଗୁଡ଼ିକୁ ସହାୟତା କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।
estern press agency