ଘଟଣାସ୍ଥଳ ବୁଲି ଦେଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ଗୋପାଳପୁର ସମୁଦ୍ର ବେଳାଭୂମିରେ ଯୁବତୀଙ୍କୁ ହୋଇଥିବା ଗଣଦୁଷ୍କର୍ମ ଘଟଣାସ୍ଥଳ ବୁଲି ଦେଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ସ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀର, କନିଷି ତହସିଲଦାରଙ୍କ ସମେତ କିଛି ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ଥିଲେ।
ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର । ତେଣୁ ଘଟଣାକୁ ରେଡ୍ ଫ୍ଲାଗ ଭାବେ ବିବେଚିତ କରିବା ସହ ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି । କ୍ରାଇମବ୍ରାଞ୍ଚର ଜଣେ ଆଇଜି ଘଟଣାର ଦାୟିତ୍ଵ ନେଇ ତଦନ୍ତ କରୁଥିବା ବେଳେ ପୋଲିସ ମଧ୍ୟ ୨୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ।
ବ୍ରହ୍ମପୁରରୁ ନରସିଂହ ଡାକୁଆ ଙ୍କ ରିପୋର୍ଟ
ଇପିଏ ନିଉଜ