ଚନ୍ଦାହାଣ୍ଡି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଯଦୁମଣି ନାୟକ, ଭାରପ୍ରାପ୍ତ ବି ଡି ଓ ମନୋଜ ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଚିହ୍ନଟ ୨ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ଓ ୧୮ଜଣ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ଦିବ୍ୟଙ୍ଗଙ୍କୁ ମାସିକ ସହାୟତା ୧୦୦୦ ଟଙ୍କା କାର୍ଡ ପ୍ରଦାନ କରାଯାଇଥିଲା।
