August 21, 2026
Home » ଚନ୍ଦ୍ରମଣି ଦାସ ସମାଧି ପୀଠକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପ୍ରଦାନ ପାଇଁ ଦାବିପତ୍ର ପ୍ରଦାନ

ଚନ୍ଦ୍ରମଣି ଦାସ ସମାଧି ପୀଠକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପ୍ରଦାନ ପାଇଁ ଦାବିପତ୍ର ପ୍ରଦାନ

0
WhatsApp Image 2026-05-07 at 12.42.09 PM

 ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ଗ୍ରାମ ପଂଚାୟତ ଅନ୍ତର୍ଗତ ସିଦ୍ଧଯୋଗୀ ଚନ୍ଦ୍ରମଣି ଦାସ ସମାଧି ପୀଠ ବାଘପାଲିକୁ ବୀରମହାରାଜପୁର ବିଧାୟକ ଇ. ରାଘନାଥ ଜଗଦଲା ଗସ୍ତ କରିଥିଲେ l ପ୍ରଥମେ ଗ୍ରାମରେ ନୂତନ ଭାବେ ନିର୍ମାଣ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଅମୃତ ଧାରାକୁ ଶୁଭ ଉଦଘାଟନ କରିଥିଲେ l ପରେ ସିଦ୍ଧ ସାଧକ ମହାଯୋଗୀ ଚନ୍ଦ୍ରମଣି ଦାସ ସମାଧି ପୀଠକୁ ଯାଇଥିଲେ l ତାଙ୍କୁ ସିଦ୍ଧଯୋଗୀ ଚନ୍ଦ୍ରମଣି ମଠ ବିକାଶ ଟ୍ରଷ୍ଟ, ବାଘପାଲି ତରଫରୁ ସ୍ୱାଗତ କରାଯାଇଥିଲା l

ଟ୍ରଷ୍ଟର ବରିଷ୍ଠ ସଦସ୍ୟ ଜାନକୀରାମ ଦେହୁରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକରେ ଉକ୍ତ ପୀଠକୁ ଓଡିଶା ସରକାରୀ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପ୍ରଦାନ କରିବା ପାଇଁ ବିଭିନ୍ନ ଆଲୋଚନା କରାଯାଇଥିଲା l ଏଥିରେ ବିଧାୟକ ସକାରାତ୍ମକ ପ୍ରତିଶୃତି ପ୍ରଦାନ କରିଛନ୍ତି ଯେ ନିଶ୍ଚିତ ଭାବରେ ଏହି ପୀଠର ବିକାଶ ନିତାନ୍ତ ଆବଶ୍ୟକ l ମୁଁ ନିଶ୍ଚିତ ଭାବରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବି ବୋଲି ପ୍ରତିଶୃତି ଦେଇଛନ୍ତି ବିଧାୟକ l ଏଥିରେ ଟ୍ରଷ୍ଟ ସମ୍ପାଦକ ମକୁନ୍ଦ ଧରୁଆ, ବରିଷ୍ଠ ସଦସ୍ୟ ନରସିଂହ ପଧାନ, ଲୁପି ମହାକୁର, ଫକୀର ପୁରୋହିତ, ନଳିନୀକାନ୍ତ ବାଘ, ଶିବ ମହାକୁର, କୃପାସିନ୍ଧୁ ଥାଟି, ହିମାଂଶୁ ପଧାନ, ବାସୁଦେବ ପଧାନ, ପୁରନ୍ଦର ଥାଟି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed