March 14, 2025
Home » ଚାଷୀ ବେଶରେ ହାପ୍ ପ୍ୟାଣ୍ଟ ପିନ୍ଧି ଧାନ ମଣ୍ଡିରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

ଚାଷୀ ବେଶରେ ହାପ୍ ପ୍ୟାଣ୍ଟ ପିନ୍ଧି ଧାନ ମଣ୍ଡିରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

0

ହାଫ୍‌ ପ୍ୟାଣ୍ଟ୍‌କୁ ବେକରେ ଗାମୁଛା । ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ପହଞ୍ଚିଲ । ୪ ତାରିଖ ଧାନ ବିକିବାକୁ ଟୋକନ୍‌ ମିଳିଛି । ଧାନ ଆଣିବି କି ବୋଲି ପଚାରିଥିଲେ । ହେଲେ ୧୬ ତାରିଖରେ ଧାନ ଆଣ ବୋଲି ମଣ୍ଡି ସମ୍ପାଦକ କହିଥିଲେ । ପୁଣି ୧୫ରୁ ୧୬ କେଜି ଯାଏ ଧାନ କାଟିବେ ବୋଲି ମଧ୍ୟ କହିଥିଲେ। ହେଲେ ହାଫ୍‌ ପ୍ୟାଣ୍ଟ ପିନ୍ଧା ମଣିଷ ଜଣକ ଚାଷୀ ନ ଥିଲେ, ଥିଲେ ଜିଲ୍ଲା ମୁଖିଆ । ଭଦ୍ରକ ଜିଲ୍ଲାପାଳଙ୍କ ଚାଷୀ ବେଶରେ ମଣ୍ଡି ପରିଦର୍ଶନ ବେଳେ ପୁଳାପୁଳା ଅବ୍ୟବସ୍ଥା ସାମ୍ନାକୁ ଆସିଛି । ଏହାକୁ ଦେଖି ଖପ୍ପା ହୋଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ । ଏଥିସହ ସମ୍ପୃକ୍ତ ମଣ୍ଡି ସମ୍ପାଦକଙ୍କୁ ଏଭଳି ଅବ୍ୟବସ୍ଥା ପାଇଁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ।

ସତ୍ୟତା ଜାଣିବାକୁ ଜିଲ୍ଲାପାଳ ରବିବାର ଧାମନଗର ବ୍ଲକ୍‌ କଟସାହି ସେବା ସମବାୟ ମଣ୍ଡିକୁ ଚାଷୀ ବେଶରେ ବାଇକ୍‌ରେ ପହଞ୍ଚିଥିଲେ । ସୁରକ୍ଷାକର୍ମୀ ମଧ୍ୟ ଅନୁରୂପ ବେଶରେ ଯାଇଥିଲେ । ହାଫ୍‌ ପ୍ୟାଣ୍ଟ, ମୁଣ୍ଡରେ ଠେକା ଭିଡ଼ି, ଚପଲ ପିନ୍ଧିଥିବାରୁ ସମବାୟ ସମିତି ସମ୍ପାଦକ ବିନୋଦ ଦଳାଇ ଜିଲ୍ଲାପାଳଙ୍କୁ ଚିହ୍ନି ପାରି ନ ଥିଲେ । ଜିଲ୍ଲାପାଳ ନିଜକୁ ଲୁଣିଆ ତେଲିସାହିର ଜଣେ ଚାଷୀ ବୋଲି ପରିଚୟ ଦେଇଥିଲେ । ପଚାରି ବୁଝିବା ବେଳେ ମଣ୍ଡିରେ ୧୫ କେଜି ଯାଏ ଧାନ କଟାଯାଉଥିବା ଓ ବ୍ୟାପକ ଅବ୍ୟବସ୍ଥା ଚାଲିଥିବା ଜାଣିବାକୁ ପାଇଥିଲେ। ସେଠାରୁ ଫେରି ସମ୍ପାଦକ ଶ୍ରୀ ଦଳେଇଙ୍କ ଉପରେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ଜିଲ୍ଲାପାଳ। ଭଦ୍ରକ ଉପନିବନ୍ଧକଙ୍କ କାର୍ଯ୍ୟାଳୟକୁ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *