August 20, 2026
Home » ଜଙ୍ଗଲ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ସୁରକ୍ଷା ପରିଷଦ କର୍ମକର୍ତ୍ତା

ଜଙ୍ଗଲ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ସୁରକ୍ଷା ପରିଷଦ କର୍ମକର୍ତ୍ତା

0
WhatsApp Image 2026-06-13 at 4.58.06 PM

ଡଙ୍ଗରଗଡ଼ ଜଳପ୍ରପାତ ସମୁହର ଉନ୍ନୟନ ପାଇଁ ଦାବି

ଭବାନୀପାଟଣା :କଳାହାଣ୍ଡି ଜିଲ୍ଲା ଗସ୍ତରେ ଆସିଥିବା ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ସାକ୍ଷାତ କରି କଳାହାଣ୍ଡି ଜିଲ୍ଲାର ଡଙ୍ଗରଗଡ଼ ଜଳପ୍ରପାତରେ ପରିବେଶ ପର୍ଯ୍ୟଟନ ଓ ଏହାର ସାମଗ୍ରିକ ବିକାଶ ସମ୍ପର୍କରେ ଦାବି କରିଛନ୍ତି ଡଙ୍ଗରଗଡ଼ ସୁରକ୍ଷା ପରିଷଦ ଟ୍ରଷ୍ଟର କର୍ମକର୍ତ୍ତା।ଭବାନୀପାଟଣା ସଦର ବ୍ଲକ କଲମ ପଞ୍ଚାୟତରେ ଥିବା ଡଙ୍ଗରଗଡ଼ ଜଳପ୍ରପାତ ସମୁହ ଜିଲ୍ଲା ଓ ଜିଲ୍ଲା ବାହାରର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଏହାର ବିକାଶ ସହିତ ଏହାକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରାଗଲେ ଅଞ୍ଚଳର ସାଂସ୍କୃତିକ, ଆର୍ଥିକ ଓ ସାମାଜିକ ବିକାଶରେ ସହଭାଗୀ ହୋଇପାରିବ। ଏହାକୁ ଦୃଷ୍ଟିରେ ରଖି ଡଙ୍ଗରଗଡ଼ ସୁରକ୍ଷା ପରିଷଦ ଟ୍ରଷ୍ଟ ଗଠନ ହୋଇଥିବାବେଳେ ଟ୍ରଷ୍ଟ ଜରିଆରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ସହିତ ବିଭିନ୍ନ ଦାବି କରାଯାଇ ଆସୁଛି। ଏହିକ୍ରମରେ ଟ୍ରଷ୍ଟର କର୍ମକର୍ତ୍ତା ଆଜି ମନ୍ତ୍ରୀ ଶ୍ରୀ ଖୁଣ୍ଟିଆଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି। ଟ୍ରଷ୍ଟର ଅଧ୍ୟକ୍ଷ ଡ. ଭବାନୀଶଙ୍କର ନିଆଲଙ୍କ ନେତୃତ୍ୱରେ ସାଧାରଣ ସଂପାଦକ କୃଷ୍ଣଚନ୍ଦ୍ର ପ୍ରଧାନ, ଉପସଭାପତି କୀର୍ତ୍ତନ ମାଝୀ, ମହେନ୍ଦ୍ର ବାଗ, କମଳ ମାଝୀ ଏବଂ ସଦସ୍ୟ ଭବାନୀ ବାଗ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼ଙ୍କ ସହିତ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed