May 27, 2026
Home » ଜନ ଜାତୀୟ ଗୌରବ ଦିବସ ଅବସରରେ ଯୋଗ ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଜନ ଜାତୀୟ ଗୌରବ ଦିବସ ଅବସରରେ ଯୋଗ ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

0
WhatsApp Image 2024-11-15 at 5.09.42 PM (1)

ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଡିଏନକେ ଖେଳ ପଡିଆ ଠାରେ ୧୫ ନଭେମ୍ବର ୨୦୨୪ ତାରିଖରେ ଜିଲ୍ଲା ସ୍ତରୀୟ ଜନ ଜାତୀୟ ଗୌରବ ଦିବସ ଅନୁଷ୍ଠିତ ହୋଇଯାଇଛି । ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଭାସୀ ମାଧ୍ୟମରେ ଯୋଗ ଦେଇ ସଭାକୁ ସମ୍ବୋଧିତ କରିଥିଲେ । ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସମାରୀ ତାଙ୍ଗୁଲ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଉପସ୍ଥିତ ଥିଲେ।

ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼ ମହାଲିଙ୍ଗ ବିର୍ସା ମୁଣ୍ଡାଙ୍କ ବୀରତ୍ଵର ଗାଥା ମନେ ପକାଇଥିଲେ। ସେ କହିଥିଲେ ରାଜ୍ୟ ସରକାର ମାଲକାନଗିରି ଜିଲ୍ଲା ତଥା ଏଠାରେ ବସବାସ କରୁଥିବା ଜନଜାତିଙ୍କ ସାମଗ୍ରିକ ବିକାଶ ସହ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବଦ୍ଧପରିକର । ଜଙ୍ଗଲ ଜମି ଉପରେ କେବଳ ଆଦିବାସୀଙ୍କର ଅଧିକାର ରହିଛି ବୋଲି ସେ କହିଛନ୍ତି। ଆଜି ସ୍ବାସ୍ଥ୍ୟ ବିଭାଗର ୨୪ ଟି ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ ସହ ମାଥିଲି ଓ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ଦୁଇଟି ଡ଼ାଏଲେସିସ ୟୁନିଟର ଶିଳାନ୍ୟାସ କରିଛନ୍ତି। କୋଠା ନିର୍ମାଣ ନିମନ୍ତେ ୧୬୭ କୋଟି ଓ ଡ଼ାଏଲେସିସ ୟୁନିଟ ନିମନ୍ତେ ୧ କୋଟି ୧୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି।

ଏହା ସ୍ଥାପନ ହେବା ଦ୍ଵାରା ଜିଲ୍ଲାରେ ଚିକିତ୍ସା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ଜିଲ୍ଲା ଆଦିବାସୀ ମହସଂଘ ସମେତ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଜନଜାତି ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ବାଗତ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିଥିଲେ। ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଜୟଶ୍ରୀଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ, ଜିଲ୍ଲା ମଙ୍ଗଳ ଅଧିକାରୀ, ଶ୍ରୀନିବାସ ଆଚାରୀ ଓ ଅର୍ଥ ପରିଚାଳକ ମାନସ ମିଶ୍ର ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। ସୂଚନା ଯୋଗ୍ୟ ଗତବର୍ଷ ପିଏମ ଜନମନ ଯୋଜନା ମାଧ୍ୟମରେ ମାଲକାନଗିରି ଜିଲ୍ଲାର ୧୨୫ ଗୋଟି ଗ୍ରାମରେ ଆରମ୍ଭ କରାଯାଇଥିବା ଅନେକ କାର୍ଯ୍ୟକ୍ରମ ଚାଲୁରହିଛି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମିର ଉନ୍ନତି ଅନେକ କାର୍ଯ୍ୟ ହାତକୁ ନିଆଯାଇଛି । ସମସ୍ତ ଜନଜାତିଙ୍କ ସର୍ବାଙ୍ଗିନ ଉନ୍ନତି ଲକ୍ଷ୍ୟ ନେଇ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଧରତି ଆବା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ତଥା ଜନଜାତୀୟ ଗୌରବ ଦିବସ ପାଳନ ଅବସରରେ ଧରତି ଆବା-ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ନାମରେ ଯୋଜନାର ଶୁଭାରମ୍ଭ କରିଛନ୍ତି।

ଏହି ଯୋଜନାରେ ୧୭ ଗୋଟି ମନ୍ତ୍ରାଳୟର ସହାୟତାରେ ୨୫ ଗୋଟି କାର୍ଯ୍ୟକ୍ରମ ହାତକୁ ନିଆଯିବ ଯାହା ପ୍ରାୟ ୬୬୦୦ କୋଟି ଟଙ୍କାର ପ୍ରକଳ୍ପକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଜନଜାତିଙ୍କ କଲ୍ୟାଣ ନିମନ୍ତେ ଲୋକାର୍ପଣ କରିଛନ୍ତି । ସମସ୍ତ ଆଦିବାସୀ ପରିବାରକୁ ୧୭ ଟି ବିଭାଗ ସହାୟତାରେ ଆଧାର କାର୍ଡ, କିଶାନ କ୍ରେଡିଟ କାର୍ଡ, ଆୟୁଷ୍ମାନ କାର୍ଡ, ଜଙ୍ଗଲଜମି ପଟା ବଂଟନ ସହ ପ୍ରତିଗ୍ରାମରେ ପିଇବା ପାଣି, ଆବାସ ଯୋଜନା, ସ୍କୁଲ ହଷ୍ଟେଲ, ମେଡିକାଲ ୟୁନିଟ, ଅଙ୍ଗନବାଡି କେନ୍ଦ୍ର, ସୌର ବିଜୁଳିର ବ୍ୟବସ୍ଥା ୫ ବର୍ଷ ମଧ୍ୟରେ ୪୨୫ ଗୋଟି ଗ୍ରାମରେ ପହଂଚାଇବା କେନ୍ଦ୍ର ସରକାରଙ୍କ ମୂଳ ଲକ୍ଷ୍ୟ ରହିଛି । ବର୍ଷ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଆଦିବାସୀ ହସ୍ତତନ୍ତ ଓ ହସ୍ତଶିଳ୍ପର ସମ୍ବଳିତ ବିଭିନ୍ନ କାର୍ଯ୍ୟକ୍ରମ, ଆଦିବାସୀ ହସ୍ତଶିଳ୍ପୀ ମାନଙ୍କ ବିଭିନ୍ନ ଉତ୍ପାଦର ପ୍ରସାର ଓ ମାର୍କେଟିଂ ପାଇଁ କାର୍ଯ୍ୟକ୍ରମ, ସିକିଲ ସେଲ୍‌ ଆନାମିଆ ରୋଗ ସମ୍ପର୍କରେ ସଚେତନତା, ଆଦିବାସୀ କବି ଓ ଲେଖକ ମାନଙ୍କ ସମ୍ମିଳନୀ, ଜଙ୍ଗଲ ଅଧିକାର ଆଇନ ଉପରେ ୱାର୍କସପ୍‌, ଆଦିବାସୀ ମାନଙ୍କ ପାରମ୍ପରିକ ସ୍ଵାସ୍ଥ୍ୟସେବା ଜ୍ଞାନର ପ୍ରଚାର ପାଇଁ ସମ୍ମିଳନୀ ଇତ୍ୟାଦିର ଆୟୋଜନ କରାଯିବ ।

ରିପୋର୍ଟ:ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed