August 22, 2026
Home » ଜବ୍‌ କାର୍ଡ ଦେଖାଇ ୫୫ ଲକ୍ଷ ଟଙ୍କା ଆତ୍ମସାତ। ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର…

ଜବ୍‌ କାର୍ଡ ଦେଖାଇ ୫୫ ଲକ୍ଷ ଟଙ୍କା ଆତ୍ମସାତ। ଭିଜିଲାନ୍ସ ଜାଲରେ ପୂର୍ବତନ ଫରେଷ୍ଟର…

0
WhatsApp Image 2026-01-03 at 10.53.44 AM

କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଥୁଆମୂଳ ରାମପୁର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ ସରକାରୀ ଅର୍ଥର ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି l ୨୦୨୪-୨୫ ବର୍ଷ ମଧ୍ୟରେ କାମ୍ପା ଏବଂ ସିଏ/ସିପିଏ ଯୋଜନା ପାଣ୍ଠିରେ ଅର୍ଥ ଆତ୍ମସାତ କରିଥିବା ନେଇ ଅଭିଯୋଗ ହୋଇଥିଲା l

ଥୁଆମୂଳ ରାମପୁର ରେଞ୍ଜରେ ସେହି ସମୟରେ ୫୫,୦୪,୬୦୭/- ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ।ଦକ୍ଷିଣ ବନଖଣ୍ଡ ଥୁଆମୂଳ ରେଞ୍ଜର ପୋଖରିଗୁଡ଼ା ନଣ୍ଡା ପାହାଡ଼ରେ ୫୦ ହେକ୍ଟର, ଉପରଝାପିରେ ୫୦ ହେକ୍ଟର ଏବଂ କୁମଜୋରରେ ୩୦ ହେକ୍ଟର ଜମିରେ ବୃକ୍ଷରୋପଣ ସ୍ଥାନରେ ମୃର୍ତ୍ତି ଏବଂ ଆର୍ଦ୍ରତା ସଂରକ୍ଷଣ କାର୍ଯ୍ୟରେ ମିଥ୍ୟା ମଷ୍ଟର ରୋଲ୍ ପ୍ରସ୍ତୁତ କରି ବିପୁଳ ସରକାରୀ ପାଣ୍ଠିର ଅପବ୍ୟବହାର କରିଛନ୍ତି l ତେବେ ବର୍ତ୍ତମାନ ସେ ବିଶ୍ଵନାଥପୁର ରେଞ୍ଜର ମୂଷାନାଲ ସେକ୍ସନ ଏଲିଫେଣ୍ଟ ସ୍କ୍ୱାଡ୍ ଦାୟିତ୍ୱରେ ଥିବାବେଳେ ତାଙ୍କୁ ସେକ୍ସନ ଅଫିସରୁ ଉଠାଇ ଆଣିଥିଲା ଭିଜିଲାନ୍ସ। ଏନେଇ ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସବିଭାଗ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।