ଜାତୀୟ ଏକତା ଦିବସ ଅବସରରେ ସୁବର୍ଣ୍ଣପୁରରେ ପଦଯାତ୍ରା ଓ ଶପଥ ପାଠ ଅନୁଷ୍ଠିତ l
ସୁବର୍ଣ୍ଣପୁର—- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ପଦଯାତ୍ରା ଆୟୋଜିତ ହୋଇଥିଲା। ସକାଳେ ଡିଆରଡିଏ କାର୍ଯ୍ୟାଳୟଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।
ଏହା ପୂର୍ବରୁ ଉପସ୍ଥିତ ସମସ୍ତ ଅଧିକାରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଓ ଆରକ୍ଷୀ ଅଧୀକ୍ଷକ ଶ୍ରୀ ନାରାୟଣ ନାୟକ ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
ଏହି ପଦଯାତ୍ରାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଖେଲୋ ଇଣ୍ଡିଆର ଅଂଶଗ୍ରହଣକାରୀ ଏବଂ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଯୋଗଦେଇଥିଲେ। ଏଥିରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ( ସାଧାରଣ )ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ ମେହେର ଏବଂ ଡିଏସପି (ଭିଜିଲାନ୍ସ) ଶ୍ରୀମତୀ ରିତାଞ୍ଜଳି ପ୍ରଧାନ ଉପସ୍ଥିତ ଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ସମଗ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।
ପଦଯାତ୍ରା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଜାତୀୟ ଏକତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଜାତୀୟ ଏକତାର ଶପଥ ପାଠ କରାଯାଇଥିଲା।
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
