July 7, 2026
Home » ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2026-07-07 at 10.33.41 AM
:
ବରଗଡ଼: ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସରୋଜ ବିଶ୍ବାଳ ଏବଂ ବ୍ଲକ ଅଧ୍ୟକ୍ଷ ଶ୍ରୀ ଜୟକୃଷ୍ଣ ଡନସନା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୧୧ ଗୋଟି  ଅଭିଯୋଗ ମଧ୍ୟରୁ ୮ ଗୋଟି ବ୍ୟକ୍ତିଗତ ଏବଂ ୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟାଗୁଡିକର ତୁରନ୍ତ ସମାଧାନ କରିବା ପାଇଁ  ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *