July 2, 2025
Home » ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ବିଭିନ୍ନ ୫୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ବିଭିନ୍ନ ୫୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

0
WhatsApp Image 2025-05-05 at 3.23.38 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୪୦ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୭ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ପ୍ରତୀକ କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର,ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପଲ୍ଲବୀ ରାଣୀ ରାଜ, ଉପଜିଲ୍ଲାପାଳ ସୋନପୁର ଡଃ. ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ — ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *