ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୪୮ଟି ଦରଖାସ୍ତ ଗ୍ରହଣ l
ସୁବର୍ଣ୍ଣପୁର—- ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକର ବାଲିଖମାର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୪୮ ଟି ଅଭିଯୋଗର ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୨୯ ଟି ବ୍ୟକ୍ତିଗତ ଏବଂ ୧୯ ଟି ସାମୂହିକ ଦରଖାସ୍ତ ଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର, ତରଭା ତହସିଲଦାର ସୁଶ୍ରୀ ଶ୍ୱେତାଲିନା ମାହାନା ଓ ସରପଞ୍ଚ ଶ୍ରୀ ସୁଦାମ ଦୀପ ପ୍ରମୁଖ ମଞ୍ଚାସୀନ ଥିଲେ । ତରଭା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
