July 24, 2026
Home »  ଜିଲ୍ଲାସ୍ତରୀୟ ସ୍ବାଧିନତା ଦିବସ-୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 ଜିଲ୍ଲାସ୍ତରୀୟ ସ୍ବାଧିନତା ଦିବସ-୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
WhatsApp Image 2026-07-24 at 10.13.55 AM (1)

 

ରାଜରାସ୍ତାରେ ଆୟୋଜିତ ହେବ ପେରେଡ କାର୍ଯ୍ୟକ୍ରମ

ବରଗଡ଼: ବରଗଡ଼ ଜିଲ୍ଲା ସଦର ମହକୁମାଠାରେ ଆଗାମୀ ୮୦ ତମ ଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ୨୦୨୬ ମହାସମାରୋହରେ ପାଳନ କରିବା ନିମନ୍ତେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସଭାପତିତ୍ୱରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଉତ୍ସବ ପାଳନ କମିଟିର ସମସ୍ତ ସଦସ୍ୟ ତଥା ଶିକ୍ଷାନୁଷ୍ଠାନ ଗୁଡ଼ିକର ଶିକ୍ଷକ/ଶିକ୍ଷୟିତ୍ରୀ, ବିଭିନ୍ନ ଅନୁଷ୍ଠାନ, କ୍ଲବ, ନାଗରିକ କମିଟିର ସଦସ୍ୟ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ନିଜର ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।

ଏଥିରେ ଆଗାମୀ ସ୍ବାଧିନତା ଦିବସକୁ ମହା ଆଡମ୍ବର ସହକାରେ ପାଳନ କରିବା ପାଇଁ ଆଲୋଚନା ହେବା ସହ ଉତ୍ସବ ପାଳନ କମିଟିର ସମସ୍ତ ସଦସ୍ୟଙ୍କ ସହଯୋଗରେ ବୈଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୂନ ବଜାଇବା ଠାରୁ ଆରମ୍ଭ କରି, ପ୍ରଭାତଫେରୀ, ସମସ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଗୁଡ଼ିକରେ ମାଲ୍ୟାର୍ପଣ କରିବା, ଶିକ୍ଷାନୁଷ୍ଠାନ ଗୁଡିକର ଛାତ୍ର ଛାତ୍ରୀମାନଙ୍କୁ ନେଇ ବକୃତା, ସାଧାରଣ ଜ୍ଞାନ, ଚିତ୍ରାଙ୍କନ ଏବଂ ଦେଶାତ୍ମବୋଧକ ସଙ୍ଗୀତ ଭଳି ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜନ କରିବା ପାଇଁ ଆଲୋଚନା କରାଯାଇଥିଲା । ସୂଚନାଯୋଗ୍ୟ କି, ଆଗାମୀ ସ୍ୱାଧୀନତା ଦିବସରେ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭଳି ଗାନ୍ଧୀ ଛକ ଠାରୁ ବାନ୍ଦୁଟିକ୍ରା ଛକ ପର୍ଯ୍ୟନ୍ତ ରାଜରାସ୍ତାରେ ପେରେଡ କାର୍ଯ୍ୟକ୍ରମ ଆୟୋଜିତ ହେବ ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଖୋସ୍ଲା ସମସ୍ତ କାର୍ଯ୍ୟକ୍ରମର ବିସ୍ତୃତ ଆଲୋଚନା ପାଇଁ ସବିଶେଷ ତଥ୍ୟ ଉପସ୍ଥାପନ ସହ ସଭା ପରିଚାଳନା କରିଥିଲେ ଏବଂ ସଭା ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *