July 2, 2025
Home » ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

0
WhatsApp Image 2025-02-27 at 4.23.05 AM

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୨୫.୦୨.୨୦୨୫ ରିଖ ମଙ୍ଗଳବାର ଦିନ ଘ.୧୧.୦୦ ମି. ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ପକ୍ଷରୁ ସ୍ଥାନୀୟ ବୋଇରାଗୀ ହାଲୁଆ ପଞ୍ଛାୟତର ଗୋସାଇ କଣ୍ଟୁଆ ଗ୍ରାମରେ ସଡକ ସୁରକ୍ଷା, ଏମ୍.ଏ.ସିଟି, ଏମ୍.ଭି ଆକ୍ଟ, ଏମ୍.ସି.ଟି.ଏ.ପି, ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତର କାର୍ଯ୍ୟକ୍ରମ ଓ ଜେ.ଜେ ଆକ୍ଟ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଜିଲ୍ଲାର ଅତିରିକ୍ତ ଏସ୍.ପି ବିଷ୍ନୁ ପାତ୍ର, ଜିଲ୍ଲାର ଅତିରିକ୍ତ ପରିବହନ ଅଧିକାରୀ, ସେସକାଲ ଥାନାର ଏସ୍.ଆଇ, ରାୟଗଡା ବାର ଆସୋସିଏସନର ଓକିଲ୍ ବି.କେ. ରାଜଗୁରୁ, ଦେବରାଜ ନାୟକ, ଗୋସାଇ କଣ୍ଟୁଆ ଗ୍ରାମର ସରପଞ୍ଛ, ସମିତି ସଭ୍ୟ ଓ ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଅତିଥି ମାନେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ (Motor Vehicle Act) କୁ ନେଇ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସଙ୍ଗେସଙ୍ଗେ କ୍ଷତିଗ୍ରସ୍ତଙ୍କ ନିକଟରେ ମଟର ଦୁଘଟଣା ଜନିତ କ୍ଷତିପୂରଣ ର ଶିକାର ହେଉଥିବା ପିଡିତା ମାନଙ୍କୁ ପ୍ରଦାନ କରାଯାଉଥିବା କ୍ଷତିପୂରଣ ରାଶି ଯଥା ସମୟରେ ପହଁଞ୍ଚାଇବା ପାଇଁ ମାନ୍ୟବର ହାଇକୋର୍ଟ ଯେଉଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସେ ସଂପର୍କରେ ଆଲୋଚନା କରିଥିଲେ I ପରିଶେଷରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଜେ.ଜେ ଆକ୍ଟ, ଜିଲ୍ଲା ଆଇନସେବା ପ୍ରାଧିକରଣର କାର୍ଯ୍ୟକ୍ରମ ଓ ସ୍ଥୟୀ ଓ ନିରନ୍ତନ ଲୋକ ଅଦାଲତର କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ଓ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଜନସାଧାରଣ ମାନଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

Leave a Reply

Your email address will not be published. Required fields are marked *