ଜିଲ୍ଲା ପରିଷଦ ସୃଜନ ଗୃହରେ ଗ୍ରାମୀଣ ସମୃଦ୍ଧି ତାଲିମ ଶିବିର ଅନୁଷ୍ଠିତ
।
ନୟାଗଡ:ନୟାଗଡ଼ ବ୍ଲକର ସରପଞ୍ଚ, ଅଙ୍ଗନବାଡି କର୍ମୀ,ମିଶନ ଶକ୍ତିର ଏମ ବି କେ, ସ ଆର ପି ପ ଏବଂ କିଛି ଏସ ଏଚ ଜି ଗ୍ରୁପର ପ୍ରେସିଡେଣ୍ଟ ଓ ସେକ୍ରେଟାରୀଙ୍କୁ ନେଇ ସାନିଟେସନ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ତାଲିମ ଶିବିର ଜିଲ୍ଲା ପରିଷଦର ସୃଜନ ଗୃହରେ ଅନୁଷ୍ଠିତ ହୋଇଯାଇଛି।
ଉକ୍ତ ତାଲିମ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ( ଭା. ପ୍ର.ସେ.) ଯୋଗଦେଇ ତାଲିମ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ ଏବଂ ନିଜେ ସଫାସୁତୁରା ରହିବା ସହିତ କିପରି ଭାବେ ପଞ୍ଚାୟତକୁ ନିର୍ମଳ ଏବଂ ସରସ ସୁନ୍ଦର କରି ଗଢ଼ିତୋଳି ହେବ ତାହା ଉପରେ ଆଲୋଚନା କରିଥିଲେ ।

ନାରୀର ସଶକ୍ତିକରଣ ସହିତ ପରିବେଶର ସ୍ବଚ୍ଛତାର ଦୀର୍ଘ ସ୍ଥାୟୀ କାର୍ଯ୍ୟକ୍ରମ ଉପରେ ଟିପ୍ପଣୀ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜିଲ୍ଲା ପରିଷଦ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ୍ ରାଉତ,ଅତିରିକ୍ତ ଉନ୍ନୟନ ଅଧିକାରୀ ଯୋଗ ଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
