December 4, 2025
Home » ଜିଲ୍ଲା ପ୍ରଶାସନ ପକ୍ଷରୁ ବାବା ସାହେବ ଡଃ ବି ଆର ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ

ଜିଲ୍ଲା ପ୍ରଶାସନ ପକ୍ଷରୁ ବାବା ସାହେବ ଡଃ ବି ଆର ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ

0
WhatsApp Image 2025-04-14 at 1.34.52 PM

ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ ବି ଆର ଆମ୍ବେଦକରଙ୍କ ୧୩୩ତମ ଜନ୍ମ ଜୟନ୍ତୀ ୨୦୨୫ ପାଳିତ ହୋଇଯାଇଛି। ଆଜି ସକାଳେ ସ୍ଥାପିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲକାନଗିରି ଜିଲ୍ଲାପାଳ ଆଶିଷ ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା ପ୍ରମୁଖଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଡଃ ବି ଆର ଆମ୍ବେଦକରଙ୍କ ଜୟନ୍ତୀ ଉପଲକ୍ଷେ ୧୪.୦୪.୨୦୨୫ ତାରିଖ ଦିନ ସକାଳେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ମାଲକାନଗିରିଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ।

ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ସୌଜନ୍ୟତାରେ ଆୟୋଜିତ ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଡିଆଇପିଆରଓ, ଶିଶୁ ମନ୍ଦିରର ଆଚାର୍ଯ୍ୟ ଯୋଗ ଦେଇ ଡଃ ବି ଆର ଆମ୍ବେଦକରଙ୍କ ବିଷୟରେ ମୂଲ୍ୟବାନ ବକ୍ତବ୍ୟ ରଖିଥିଲେ । ।ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭାଗର କର୍ମଚାରୀମାନେ ଯୋଗଦେଇ ପରିଚାଳନା କରିଥିଲେ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *