August 22, 2026
Home » ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ‘ସ୍ପର୍ଶ କୁଷ୍ଠ ସଚେତନତା’ ଅଭିଯାନ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ‘ସ୍ପର୍ଶ କୁଷ୍ଠ ସଚେତନତା’ ଅଭିଯାନ

0
WhatsApp Image 2026-01-16 at 5.33.26 PM

 ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ‘ସ୍ପର୍ଶ କୁଷ୍ଠ ସଚେତନତା’ ଅଭିଯାନ ନିମିତ୍ତ ଏକ ଶପଥ ପାଠ ଜିଲ୍ଲା ସମନ୍ଵୟ ବୈଠକରେ ଅନୁଷ୍ଠିତ ହୋଇଯାଇଛି | ଏହି ନିମିତ୍ତ ଏକ ବୈଠକ ଆଭାସୀ ମାଧ୍ୟମରେ ୧୫ ଜାନୁଆରୀରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ ମଧ୍ୟ ଅନୁଷ୍ଠିତ ହୋଇଥିଲା | ଏହି ଅବସରରେ ‘ସ୍ପର୍ଶ କୁଷ୍ଠ ସଚେତନତା’ ଅଭିଯାନ ଉପରେ “ଜିଲ୍ଲାପାଳଙ୍କ ବାର୍ତା” ପଠନ କରାଯାଇଥିଲା | ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ | ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅକ୍ଷୟ କୁମାର ଶତପଥି, ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (କୁଷ୍ଠ) ଡାକ୍ତର ମାନସ ରଞ୍ଜନ ଦାଶ, ଜିଲ୍ଲା କୁଷ୍ଠ ପରାମର୍ଶଦାତା ଡାକ୍ତର ସୁଶାନ୍ତ କୁମାର ରାଉତ, ଡିପିଏମ୍ ଶ୍ରୀ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ | ଏହି ନିମିତ୍ତ ୧୫ ଦିନିଆ ଅଭିଯାନ ୩୦ ଜାନୁଆରୀଠାରୁ ଆରମ୍ଭ ହୋଇ ୧୩ ଫେବୃଆରୀ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ୧୬ ଗୋଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୪୪ ଟି ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର,୨୪୧ ଟି ଉପସ୍ୱାସ୍ଥ୍ୟ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ,ଏବଂ ୫ଟି ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ମଧ୍ୟ ପାଳନ କରାଯିବ | ଏଥି ସହିତ ସମସ୍ତ ପଂଚାୟତରେ, ଗ୍ରାମ ସଭା ମାଧ୍ୟମରେ ମଧ୍ୟ ସଚେତନତା କାର୍ଯ୍ୟକ୍ରମ କରାଯିବ

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।