February 9, 2026
Home » ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2025-04-07 at 7.36.32 PM

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ତା: ୦୭.୦୪.୨୦୨୫ ରିଖ ଦିନ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରଣେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଫୁଲ୍ଲ କୁମାର ପାଢ଼ୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୫୦ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୨ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ୦୬ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ଜିଲ୍ଲାପାଳଙ୍କ ଦ୍ୱାରା ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ୩୦ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୦୫ ଜଣଙ୍କୁ ୬୧ ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରାଯାଇଥିଲା ।

ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *