September 21, 2024
Home » ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0


ପୁରୀ :  ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ପୂର୍ବାହ୍ନରେ ଗୋପ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୪୭ ଗୋଟି ଅଭିଯୋଗ ମିଳିଥିଲା ।ବ୍ୟକ୍ତିଗତ ୪୨,ସାମୁହିକ ୫ ଗୋଟି ଅଭିଯୋଗ ମିଳିଥିଲା। ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ନିମାପଡା ଏସ ଡି ପି ଓ ପ୍ରଭାତ କୁମାର ମଲ୍ଲିକ, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅଭିଯୋଗ ଶୁଣାଣି ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ଗୋପ ବିଡିଓ ଛବିରାଣୀ ସାହୁ, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅଗଷ୍ଟ ୫ ତାରିଖ ପୂର୍ବାହ୍ନ ୧୦ ଘଟିକା ୩୦ ମିନିଟରେ ସଦର ମହକୁମା ରେ ଅନୁଷ୍ଠିତ ହେବ ବୋଲି ଅଭିଯୋଗ ଶୁଣାଣି ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ସୂଚନା ଦେଇଛନ୍ତି।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *