February 9, 2026
Home » ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

0
WhatsApp Image 2024-11-19 at 2.14.36 PM (1)

ପୁରୀ ୧୮/୧୧ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିବା ସହ ଅଭିଯୋଗ କାରୀ ଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୧୮୧ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୧୬୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ଓ ୨୦ ଗୋଟି ଗ୍ରାମ୍ୟ ସମ୍ପର୍କରେ ଆବେଦନ ମିଳିଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।

ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝୀ, ଅସ୍ତରଙ୍ଗ ବିଡ଼ିଓ, ତହସିଲଦାର,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *