February 23, 2026
Home » ଜିଲ୍ଲା ସ୍ତରୀୟ ଏକ ଦିବସୀୟ କର୍ମଶାଳା *ଆମେ ପଢ଼ିବା ଆମ ଭାଷାରେ” ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଏକ ଦିବସୀୟ କର୍ମଶାଳା *ଆମେ ପଢ଼ିବା ଆମ ଭାଷାରେ” ଅନୁଷ୍ଠିତ

0
WhatsApp Image 2026-02-23 at 1.02.42 PM

 

ନବରଙ୍ଗପୁର ଜିଲ୍ଲା ଉମରକୋଟ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ” ଆମେ ପଢ଼ିବା ଆମ ଭାଷାରେ” ଏକ ଦିବସୀୟ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ କର୍ମଶାଳାକୁ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଉପ ଜିଲ୍ଲାପାଳ, ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଡି ଏସ ଡବ୍ଲୁ ଓ ଦ୍ରପୌଦୀ କହଁର, ଡି ଆଇ ଇ ଟି ଅଧ୍ୟକ୍ଷ ଓଁକାର ପଟ୍ଟନାୟକ, ଡି ଆଇ ପି ଆର୍ ଓ ମନୋଜ ବେହେରା , ବି ଡି ଓ ମନୋଜ ମେହେର, ପିରା ମଲ୍ ଫାଉଏଣ୍ଡସନ ଅଧିକାରୀ ବିକ୍ରମ ରଣା ପ୍ରମୁଖ ଉପସ୍ଥିତ ଥିଲେ। ଛୋଟ ପିଲାମାନଙ୍କୁ ସେମାନଙ୍କ ମାତୃଭାଷାରେ କଥୋପକଥନ, ଶିକ୍ଷାଦାନ,”ନୂଆ ଅରୁଣିମା” ପ୍ରାରମ୍ଭିକ ଶିକ୍ଷା ପାଠ୍ୟକ୍ରମକୁ ପିଲାଙ୍କ ସାମାଜିକ ଓ ସାଂସ୍କୃତିକ ପରିବେଶ ଅନୁଯାୟୀ ପୁନଃରୂପାୟନ,ଅଙ୍ଗନବାଡି କର୍ମୀଙ୍କ ଏହି ଶିକ୍ଷାଦାନ ଉପରେ ତାଲିମ ଦେବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ।ନିଜ ଭାଷାରେ ଶିଶୁମାନେ ଖେଳ,କାହାଣୀ,ଗୀତ ଓ କଥୋପକଥନ ମାଧ୍ୟମରେ ଶିକ୍ଷା ର ପ୍ରଥମ ସୋପାନ ରେ ଅନ୍ତର୍ଭୁକ୍ତ ହେବେ।

ଏହି ଅବସରରେ ପାଇଲଟ୍ ପଦକ୍ଷେପ ସ୍ୱରୂପ ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ୩୦ ଟି ଅଙ୍ଗନବାଡି କେନ୍ଦ୍ରରେ ସ୍ଥାନୀୟ ଗୋଣ୍ଡି ଭାଷାରେ ୩ ରୁ ୬ ବର୍ଷ ବୟସ ଶିଶୁମାନଙ୍କୁ ମାତୃଭାଷା ଆଧାରିତ ଶିକ୍ଷା ପ୍ରଦାନ କରାଯିବ। ପ୍ରକାଶ ଥାଉ କି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ଵାରା ” ଏମ ପଢ଼ିବା ଆମ ଭାଷାରେ” ଯୋଜନାକୁ ୬ ଟି ଜନଜାତି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା,ଗଜପତି,କନ୍ଧମାଳ ଓ କେଉଁଝର ରେ ୧୮୦ ଟି ଅଙ୍ଗନବାଡି କେନ୍ଦ୍ର ରେ କାର୍ଯ୍ୟକାରୀ କରାଯିବ।କାର୍ଯ୍ୟକ୍ରମରେ ରାଇଘର ବ୍ଲକରୁ ଅଙ୍ଗନବାଡି କର୍ମୀ, ବହୁଭାଷି ଶିକ୍ଷକ,ରାଇଘର ସରପଞ୍ଚ ଓ ଅଭିଭାବକ ,ବି ଇ ଓ,ରାଇଘର, ଏ ବି ଡି ଓ ରାଇଘର ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।