February 10, 2026
Home » ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
WhatsApp Image 2025-03-27 at 1.21.39 PM

ମାଲକାନଗିରି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ବୁଧୁବାର ଦିନ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଉପସ୍ଥିତ ଥିଲେ।
ବୈଠକର ନିଷ୍ପତି ଅନୁଯାୟୀ ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ପ୍ରବନ୍ଧ ଏବଂ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହେବ। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରଭାତଫେରି କରାଯିବ। ଓଡ଼ିଶା ଦିବସ ଉପଲକ୍ଷେ ସହର ମଧ୍ୟରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ମାନଙ୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ସେହିଭଳି ଜିଲ୍ଲା ର ବିଭିନ୍ନ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦି ମଧ୍ୟରେ ଥିବା ବରପୁତ୍ର ମାନଂକ ପ୍ରତିମୂର୍ତ୍ତି ରେ ସଂପୃକ୍ତ ଅନୁଷ୍ଠାନ ର ମୁଖ୍ୟଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ କରାଯିବ। ଏହି ଦିବସ ଅବସର ରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଆଲୋକରେ ସାଜସଜ୍ଜା କରିବାକୁ ମଧ୍ୟ ବୈଠକ ରେ ଆଲୋଚନା ହୋଇଥିଲା।
ଏହି ଅବସରରେ ଏକ ସାଧାରଣ ସଭା ଆୟୋଜିତ ହେବା ସହିତ ବିଭିନ୍ନ ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।
ଆଜିର ଏହି ପ୍ରସ୍ତୁତି ବୈଠକ ରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହିତ ଓଡ଼ିଶା ଦିବସ ଅବସର ରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାର ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ବୈଠକ ଆୟୋଜନ କରିବାରେ ସହଯୋଗ କରିଥିଲେ ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *