November 14, 2025
Home » ଜିଲ୍ଲା ସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ ପାଳିତ

ଜିଲ୍ଲା ସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ ପାଳିତ

0
WhatsApp Image 2025-05-17 at 6.13.37 PM

l
ସୁବର୍ଣ୍ଣପୁର– ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁର ଡ଼ା.ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଉଚ୍ଚ ରକ୍ତଚାପ ରୋଗ ର କାରଣ ଓ ନିରାକରଣ ଉପରେ ଆଲୋଚନା କରି ରକ୍ତ ଚାପ ଜନିତ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା.ଦୁର୍ଗା ଦତ୍ତ ଦାସ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ମନୋଜ କୁମାର ଅଦାବର,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା. ଗୋପାଳ ଚନ୍ଦ୍ର ମଲ୍ଲିକ , ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରୂପକ କୁମାର ମହାପାତ୍ର ଜିଲ୍ଲା ସ୍ବାସ୍ଥ୍ୟ ମିଶନ,ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ର ଅଧୀକ୍ଷକ ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଉକ୍ତ ଦିବସ ର ସ୍ଲୋଗାନ, ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା ଓ ନିୟମିତ ରକ୍ତଚାପ ପରୀକ୍ଷା କରାଇ ଡାକ୍ତର ଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ l

ଉଚ୍ଚ ରକ୍ତଚାପ ଜନିତ ମୃତ୍ୟୁ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ । ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ।
ଉକ୍ତ ସଭାରେ ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ଅଣ ସଂକ୍ର।ମକ ରୋଗ ସଂଜୋଜକ ଗୀତାଞ୍ଜଳି ମେହେର,ସେହେଲି ହଲଦlର୍ ର୍ଏପିଦେମିଓଲୋଜିଷ୍ଟ,ଅନୁପ ରଞ୍ଜନ ଦାସ,ଦେବାଶିଷ ବାରିକ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *