ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା. ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆମେ ସମସ୍ତେ ମଶାରୀ ବ୍ୟବହାର କରିବା ଓ ଯଦି ରକ୍ତ ପରୀକ୍ଷା ପରେ ମ୍ୟାଲେରିଆ ରୋଗ ଜଣା ପଡ଼ିଲା ତେବେ ବିଳମ୍ବ ନ କରି ସଙ୍ଗେ ସଙ୍ଗେ ପୂର୍ଣ୍ଣ ମାତ୍ରା ରେ ଔଷଧ ସେବନ କଲେ ମ୍ୟାଲେରିଆ ରୋଗ ରୁ ମୁକ୍ତି ପାଇବା ଓ ମ୍ୟାଲେରିଆ ନିରାକରଣ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା.ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡି ସି )ଡ଼ା.ରମେଶ ଚନ୍ଦ୍ର ସ୍ୱାଇଁ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, କାର୍ଯ୍ୟନିର୍ବାହୀ ଅଧିକାରୀ ସୁବର୍ଣ୍ଣପୁର ପୌରପରିଷଦ ଋଷି ମାଝୀ ଓ ଜିଲ୍ଲା କାର୍ଯ୍ୟ ପରିଚାଳକ ବିଶ୍ବମ୍ବର ବେହେରା ପ୍ରମୁଖ ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l ଉକ୍ତ ସଭାରେ ସରକାରୀ ନର୍ସିଂ ସ୍କୁଲ ଅଧ୍ୟକ୍ଷ,ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ମ୍ୟାଲେରିଆ ପରାମର୍ଶ ଦାତା ଚନ୍ଦ୍ରଶେଖର ମିଶ୍ର,ଦେବାଶିଷ ବାରିକ, ବାସୁଦେବ ଜଗଦଲା କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l
ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର