September 30, 2026
Home » ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରଷ୍କୃତ

ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରଷ୍କୃତ

0
WhatsApp Image 2026-09-30 at 1.40.30 PM (1)

ସୁବର୍ଣ୍ଣପୁର —ସୁବର୍ଣ୍ଣପୁର ଜିଲ୍ଲା ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ, ଲୋକନୃତ୍ୟ ଓ ସେବା ସଂକଳ୍ପ ଅଭିଯାନ ପ୍ରତିଯୋଗିତା ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ଛାତ୍ରୀ ମାନେ ଶିକ୍ଷକ ରାଜୁ ମେହେରଙ୍କ ନେତୃତ୍ୱ ଓ ଶୁଭମ୍ ଘିବିଲାଙ୍କ ନିର୍ଦ୍ଦେଶନାରେ ବିଜ୍ଞାନ ନାଟକ ପରିବେଷଣ କରି ଦ୍ୱିତୀୟ ସ୍ଥାନ,ଲୋକ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଶ୍ରେଷ୍ଠ ନିର୍ଦ୍ଦେଶକ ଶୁଭମ୍ ଘିବିଳା ଓ ଜୁବିଲି ନାୟକ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ମନୋନୀତ ହୋଇ ଅତିଥିଙ୍କଠାରୁ ପୁରଷ୍କୃତ ହୋଇ ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି। ସେହିପରି ଜିଲ୍ଲା ସ୍ତରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଶ୍ୱେତା ମଲ୍ଲିକ ଗୋଲା ଫିଙ୍ଗା ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ମନୋନୀତ ହୋଇଛନ୍ତି। ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶଙ୍କର ପ୍ରସାଦ ସାହୁ, ସଦସ୍ୟ ଭକ୍ତ ଭୋଇ, ସମ୍ପଦ ଖମାରୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ରୀତା ମେହେର, ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ, ନନ୍ଦିଘୋଷ ବାରିକ, ମନୋଜ କୁମାର ପୂଜାରୀ ଅତିଥି ଭାବରେ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଜୁବିଲି ନାୟକ, ଡଲି ସାହୁ ଓ ରୁକୁନି ପଟେଲ ନିଜ ନିଜ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଆଲୁମିନି ସଦସ୍ୟ। ସ୍ନିଗ୍ଧା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ କର୍ମଚାରୀ ସଞ୍ଜୀବ ପୂଜାରୀ,ବିଭୀଷଣ ଖମାରୀ, ସୁରଜ୍ ଖମାରୀ, ସମୀର କଠାର କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *