August 20, 2026
Home » ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ 

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ 

0
1001200517

filter: 0; fileterIntensity: 0.0; filterMask: 0; module: photo; hw-remosaic: false; touch: (-1.0, -1.0); modeInfo: ; sceneMode: 32768; cct_value: 5125; AI_Scene: (-1, -1); aec_lux: 238.52802; aec_lux_index: 0; hist255: 0.0; hist252~255: 0.0; hist0~15: 0.0; albedo: ; confidence: ; motionLevel: 0; weatherinfo: null; temperature: 38;

ନୟାଗଡ଼୨୯/୦୭/୨୬ ( ଇପିଏ ) ନୟାଗଡ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ସଦଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ RMNCAH+N (ପ୍ରଜନନ ସ୍ୱାସ୍ଥ୍ୟ, ମାତୃ ସ୍ୱାସ୍ଥ୍ୟ, ଶିଶୁ ସ୍ୱାସ୍ଥ୍ୟ, କିଶୋର ସ୍ୱାସ୍ଥ୍ୟ ଏବଂ ପୃଷ୍ଟି ପୋଷଣ ସ୍ୱାସ୍ଥ୍ୟ) କାର୍ଯ୍ୟକ୍ରମର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ସ୍ୱାଇଁ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ବନମାଳୀ ପ୍ରଧାନ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମହେନ୍ଦ୍ର କୁମାର ଭୂୟାଁ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ପ୍ରସନ୍ନ କୁମାର ସାହୁ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ଶରତ ଚନ୍ଦ୍ର ସାହୁ, ଜିଲ୍ଲା କାର୍ଯ୍ୟକ୍ରମ ପ୍ରବନ୍ଧକ ପ୍ରକାଶ ଚନ୍ଦ୍ର ବାନାର୍ଜୀ ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ l ଏହି ବୈଠକରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ପୋଷଣ, ଟିକାକରଣ, HPV ଟିକାକରଣ, ଜାତୀୟ କୃମିନାଶକ ଦିବସ, AMLAN କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।
          ବୈଠକ ଆରମ୍ଭରେ ୨୦୨୫-୨୬ ବର୍ଷ ପାଇଁ ପରିବାର କଲ୍ୟାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଡାକ୍ତର, ସ୍ୱାସ୍ଥ୍ୟ ଅନୁଷ୍ଠାନ, MPHW(F), ASHA, କାଉନସେଲର ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କୁ ଜିଲ୍ଲାପାଳ ସମ୍ମାନିତ କରିଥିଲେ। ସେ ଏହି ସଫଳତା ପାଇଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ଜନସାଧାରଣଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ ପାଇଁ ଏହିପରି ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।
 ଆସନ୍ତା ୧୦ ଅଗଷ୍ଟରେ ଜାତୀୟ କୃମିନାଶକ ଦିବସ ଏବଂ ୧୭ ଅଗଷ୍ଟରେ ମପ୍-ଅପ୍ ରାଉଣ୍ଡ ସଫଳ ଭାବେ ଆୟୋଜନ ପାଇଁ ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ ବିଭାଗ ସମେତ ସମସ୍ତ ସମ୍ପୃକ୍ତ ବିଭାଗ ମଧ୍ୟରେ ଘନିଷ୍ଠ ସମନ୍ୱୟ ରଖି ଶତ ପ୍ରତିଶତ ଲକ୍ଷ୍ୟ ପୂରଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
             ମାତୃ ମୃତ୍ୟୁହାର ସମୀକ୍ଷା ସମୟରେ ଗର୍ଭବତୀଙ୍କ ଚିହ୍ନଟ, ନିୟମିତ ଫଲୋ-ଅପ୍, ସମୟୋପଯୁକ୍ତ ରେଫରାଲ୍, ରକ୍ତର ସହଜ ଉପଲବ୍ଧତା ଏବଂ ପ୍ରସବ ପରବର୍ତ୍ତୀ ଯତ୍ନକୁ ଅଧିକ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଶିଶୁ ମୃତ୍ୟୁ ହାର ହ୍ରାସ ପାଇଁ ନବଜାତ ଶିଶୁ ସେବାର ଗୁଣାତ୍ମକ ମାନ ବୃଦ୍ଧି, ସଠିକ୍ ରେଫରାଲ୍ ବ୍ୟବସ୍ଥା ଓ ସମୁଦାୟ ସ୍ତରରେ ସଚେତନତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା।
HPV ଟିକାକରଣରେ ଜିଲ୍ଲାର ସଫଳତା ବୃଦ୍ଧି ପାଇଁ ସମସ୍ତ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ବୈଠକ (PTM) ଆୟୋଜନ, RBSK ଟିମ୍ ଓ ଯାନବାହନର ସର୍ବାଧିକ ବ୍ୟବହାର ଏବଂ ଯୋଗ୍ୟ କିଶୋରୀମାନଙ୍କୁ ଶୀଘ୍ର ଟିକାକରଣ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ।
AMLAN କାର୍ଯ୍ୟକ୍ରମରେ ରକ୍ତହୀନତା ଚିହ୍ନଟ ଓ ଚିକିତ୍ସା, ANC ସେବା, ଉଚ୍ଚ-ଝୁମ୍ପ ଗର୍ଭବତୀଙ୍କ ପରିଚାଳନା, ଟିକାକରଣ ତଥ୍ୟର ସଠିକତା ଏବଂ NQAS ପ୍ରମାଣୀକରଣ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସମସ୍ତ ବ୍ଲକ ଚିକିତ୍ସା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ସକାଳ ୧୦ ଘଟିକା ସମୟରେ ଏକ ଡେଙ୍ଗୁ ସଚେତନତା ରଥ ମାନନୀୟା ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed