ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଯାପିତ l
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ପିଏମଶ୍ରୀ ମେଳା କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ଉଦଯାପିତ ହୋଇଯାଇଛି l ଦୁଇଦିନ ଧରି ଚାଲିଥିବା ଉଦଯାପନୀ ଦିବସର ସକାଳୁ ଶିକ୍ଷକ ଜୟନାରାୟଣ ମିଶ୍ର ଙ୍କ ତତ୍ୱାବଧାନ ରେ ଏକ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା ଓ ପରେ ପରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଅପରାହ୍ନ ରେ ଅତିରିକ୍ତ ଜିଲ୍ଳା ଶିକ୍ଷାଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ୱରେ ହୋଇଥିବା ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲିନା ପ୍ରଧାନ, ପୁରାତନ ଛାତ୍ର ତଥା ମାନ୍ୟବର ସାଂସଦଙ୍କ ପ୍ରତିନିଧି ସାନନ୍ଦ ମେହେର, ଓଡିଶା ଆଦର୍ଶ ବିଦ୍ୟାଳୟ ପିପିଲିପାଲିର ମୁଖ୍ୟ ଅରୁଣ ମହାକୁଡ଼ ତଥା ଜିଲ୍ଳା ବିଜ୍ଞାନ ନିରୀକ୍ଷକ ପର୍ଶୁରାମ ମେହେର ଯୋଗଦେଇଥିଲେ l ପରିଶେଷରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମନାଭ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ ଓ କୃତି ଛାତ୍ର ଓ ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
