June 17, 2026
Home »  ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର

 ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2026-06-16 at 9.00.19 PM

 

ବରଗଡ଼: ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହାଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହାଙ୍କ ବ୍ୟତୀତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ମହନ୍ତ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପର୍ଶୁରାମ ପଣ୍ଡା ଏବଂ ଝାରବନ୍ଧ ତହସିଲଦାର ଶ୍ରୀ ଅଲେଖ ଘୁଟା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୧୪୭ ଗୋଟି ଅଭିଯୋଗ ମଧ୍ୟରୁ ୧୨୧ ଗୋଟି ବ୍ୟକ୍ତିଗତ ଏବଂ ୨୬ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *