August 20, 2026
Home » ଟିଟିଲାଗଡରେ “ନାନୀବାଈ କା ମୟୁରା କାର୍ଯ୍ୟକ୍ରମ

ଟିଟିଲାଗଡରେ “ନାନୀବାଈ କା ମୟୁରା କାର୍ଯ୍ୟକ୍ରମ

0
Screenshot 2026-05-27 160528

ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ସହରରେ ଅବସ୍ଥିତ ରାଣୀସତୀ ମନ୍ଦିରରେ ୧୭ ରୁ ୨୧ ତାରିଖ ପର୍ଯ୍ୟନ୍ତ” ନାନୀ ବାଈ କା ମୟୁରା’ ଏବଂ ଶିବ ବିବାହ ତଥା ଭଜନଗଙ୍ଗା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଟିଟିଲାଗଡର ରାଣୀସତୀ ଭକ୍ତମଣ୍ଡଳୀ, ମା ଭଗବତୀ ଚାରିଟେବୁଲ ଟ୍ରଷ୍ଟ ଏବଂ ରାଜସ୍ଥାନ ମଣ୍ଡ୍ରେଲା ବିଶେଶ୍ୱର ଲାଲ ଘନଶ୍ୟାମ ଦାଶ କେଜରୀୱାଲ ପରିବାର ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ମାତ୍ର ୮ ବର୍ଷର କୁନି ସାଥି କ୍ରିଷ୍ଣା କିଶୋର ଦାଶ ୨୧ତାରିଖ ସନ୍ଧ୍ୟା ସମୟରେ ଭଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯୋଗଦାନ କରି ପୂଜ୍ୟ ଗୁରୁଦେବଙ୍କର ଆଶିର୍ବାଦ ଲାଭ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିଥିଲା ସ୍ୱାମୀ ଶ୍ରୀଚୈତନ୍ୟ ମହାରାଜଙ୍କ ସାନ୍ନିଧ୍ୟ। ଏହି କାର୍ଯ୍ୟକ୍ରମ ମାନବ ସମାଜକୁ ଉଚିତ୍ ଦିଗ ପ୍ରଦାନ କରିପାରିବ ବୋଲି ଭକ୍ତ ଓ ଶ୍ରଦ୍ଧାଳୁମାନେ ବିଶ୍ୱାସ ରଖିଛନ୍ତି।

santosh kejerwal nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed